Today Panchang 14th November 2026: ଆଜିର ପଞ୍ଚାଙ୍ଗ, ଜାଣନ୍ତୁ ଶୁଭ-ଅଶୁଭ ସମୟ...
ମେଷ- ଅଶ୍ୱନୀ- ପ୍ରେମକୁ ନେଇ ସୃଷ୍ଟି ହୋଇଥିବା ସନ୍ଦେହ ଦୂର ହେବ ।
କାମକୁ ପୂରା କରିବା ଲାଗି ଯୋଜନା ପ୍ରସ୍ତୁତ କରିବେ ଓ ତହିଁରେ ଲାଭ ମିଳିବ ।
ଶାରୀରିକ ପୀଡା ଭୋଗ କରି ପାରନ୍ତି ।
ଘର ସଜାଇବାରେ ଧ୍ୟାନ ଦେବେ ।
ଦ୍ୱିଜା- ପୂର୍ବରୁ କରିଥିବା କାମରୁ ଲାଭ ମିଳିପାରେ ।
ବିଦ୍ୟାର୍ଥୀମାନଙ୍କ ପାଇଁ ଶୁଭ ଦାୟକ ରହିବ ।
ରାଜନୀତିରେ ସମର୍ଥନ ହ୍ରାସ ପାଇବ ।
ଆପଣଙ୍କର ଭଲ ବ୍ୟବହାରରେ ସହକର୍ମୀ ପ୍ରଭାବିତ ହେବେ କୃତିକା- ଲେଖକ ଓ କଳାକାରଙ୍କ ଲାଗି ସମୟ ଅନୁକୂଳ ରହିବ ।
ଅଫିସରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ ଦେବାକୁ ପଡିବ ।
ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର - ଇଷ୍ଟଦେବ ନୃସିଂହ ମନ୍ତ୍ର ପାଠ କରନ୍ତୁ Advertisment ବୃଷ- କୃତିକା- ବିଦ୍ୟାର୍ଥୀ ମାନେ ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ ।
ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ ।
ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ ।
ରୋହିଣୀ- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ ।
ଯାନ ବାହନ କିଣି ଖୁସି ଅନୁଭବ କରିବେ ।
ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।
ମୃଗଶିରା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ ।
ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ ।
ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – ଶୁକ୍ରଙ୍କର ମନ୍ତ୍ର ପାଠ କରନ୍ତୁ ମିଥୁନ- ମୃଗଶିରା- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ ।
ଅନ୍ୟ କାହାର ସହେଯାଗ ନ ପାଇଲେ ମଧ୍ୟ ଯେଉଁ କାର୍ୟ୍ୟ କରିବେ ତାହା ସୂଚାରୁ ରୂପେ କରି ପାରିବେ ।
ପ୍ରକୃତିର ଆନନ୍ଦ ନେବା ପାଇଁ ମନ ହେବ ।
ପ୍ରଶାସନିକ କାମ ଧୈର୍ୟ୍ୟର ସହ କରନ୍ତୁ ।
ଆଦ୍ରା- ପରିବାରର ସମପର୍କୀୟଙ୍କ କୈାଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ ।
ନୂଆ ଲକ୍ଷ ପୂରଣ କରିବା ପାଇଁ ସାହାର୍ୟ୍ୟ ସହଯୋଗ ମିଳିବ ।
ଧୀର ସ୍ଥିର ମନଦେଇ କାମ କଲେ ସମସ୍ୟାର ସରଳ ସମାଧାନ ହେବ ।
ପୁନର୍ବସୁ- ସଭାସମିତିରେ ସମ୍ମାନ ପ୍ରାପ୍ତି ଘଟିବ ।
ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି ।
କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା ଓ ସାମ୍ବାଦିକତାରେ ଉଚ୍ଚ ପ୍ରଶଂସିତ ହେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ Advertisment କର୍କଟ- ପୁନର୍ବସୁ- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ ।
ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ ।
ଶାରୀରିକ ଚିନ୍ତା ଦୂର ହେବ ।
ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ ।
ପୁଷ୍ୟା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି ରହିବ।
ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।
ମହିଳା ମାନେ ଐଶ୍ୱର୍ଯ୍ୟର ଅଧିକାରୀ ହୋଇପାରନ୍ତି ।
ଅଶ୍ଲେଷା- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।
ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ ।
ଯାନ ବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି ସିଂହ- ମଘା- କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ ।
ପାରିବାରିକ ସହଯୋଗ ମିଳିବା ଦ୍ୱାରା ଧନ ଲାଭର ସୁଯୋଗ ଆସିବ ।
ମନ ଭୁଲାଣିଆ କଥା କହି ସହକର୍ମୀଙ୍କ ଦ୍ୱାରା କାମଟି କରାଇ ନେବେ ।
ପୂ,ଫାଲଗୁନି- କ୍ୟାରିୟରରେ ସଫଳତା ମିଳିବ ।
ରାଜନୈତିକ କ୍ଷେତ୍ରରେ ବିଜୟ ଲାଭ ହେବ ।
ଆଶା କରୁଥିବା ଦିଗରୁ ଅର୍ଥ ଲାଭ କରିପାରନ୍ତି ।
ଚାକିରି ଖୋଜୁଥିବା ଲୋକଙ୍କୁ ନିଯୁକ୍ତି ମିଳିବ ।
ଉ,ଫାଲଗୁନି- ମାଲିମକଦମା ସମସ୍ୟାର ସମାଧାନ କରିବେ ।
ନୂଆ ଅଧ୍ୟାପନା ଲାଗି ସୁଯୋଗ ଆସିବ ।
ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ ।
ଦୀର୍ଘ ଦିନର ଅପେକ୍ଷାରେ ଭଲ ସୁଯୋଗ ପାଇବେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ କନ୍ୟା- ଉ,ଫଳଗୁନି- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ ।
ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି ।
ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍ ହେବେ ।
ହସ୍ତା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ ।
ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ ।
ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀ ମାନେ ଲାଭବାନ୍ ହେବେ ।
ଚିତ୍ରା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ ।
ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ ।
ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର - ସକାଳୁ କାଉକୁ ଖାଇବାକୁ ଦିଅନ୍ତୁ ତୁଳା- ଚିତ୍ରା- ବ୍ୟବସାୟରେ ଆଶାକରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି ।
ପାରିବାରିକ କାର୍ଯ୍ୟରେ ଯୋଗଦେବାକୁ ସୁଯୋଗ ପାଇପାରନ୍ତି ।
ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ ।
ସ୍ୱାତୀ- ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।
ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।
ବିଶାଖା- ମନରେ ଦବି ରହିଥିବା କଥା ସମ୍ମୁଖକୁ ଆଣନ୍ତୁ ।
ଭଲ କଥା କହି ବନ୍ଧୁ ମନରେ ବିଶ୍ୱାସ ଆଣିବେ ।
କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ ।
ଜମିକୁ ନେଇ ଭାଇ ବିରୋଧୀ ହୋଇପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ବିଛା- ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ପାରିବାରିକ କ୍ଷେତ୍ରରେ ଗୁରୁତ୍ୱ ପୂର୍ଣ୍ଣ ଦାୟିତ୍ୱ ବହନ କରିବେ ।
ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।
ଅନୁରାଧା- ରାଜନିତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ ।
କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ ।
ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ ।
ଜ୍ୟେଷ୍ଠା- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାର୍ଯ୍ୟ ପୂରଣ ହେବ ।
ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭବାନ ହେବେ ।
କର୍ମକ୍ଷେତ୍ର ଓ ଆନୁଷ୍ଠାନିକ କାମରେ ଦ୍ରୁତୋନ୍ନତି ପରିଲକ୍ଷିତ ହେବ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ ଧନୁ- ମୂଳା- ଶାରିରୀକ ଦୁର୍ବଳତା ଦେଖାଦେବ ।
ମିତ୍ର ବନ୍ଧୁମାନଙ୍କ ପରିସର ବୃଦ୍ଧି ପାଇବ ।
କାରବାର ବୃଦ୍ଧି ପାଇଁ ଉପାୟ ଫଳପ୍ରଦ ହେବ।
ପ୍ରେମରେ ସଫଳତା ଅନୁଭବ କରିବେ ପୂ,ଷାଢା- ରାଜନୈତିକ ସମର୍ଥନ ପାଇବେ ।
ପଢାପଢିରେ ଶୁଭଫଳ ମିଳିବ ।
କାର୍ୟ୍ୟ କ୍ଷେତ୍ରରେ ଏଭଳି ସୁଯୋଗ ପାଇବେ, ଯାହା ଦ୍ୱାରା ଭବିଷ୍ୟତ ଉଜ୍ଜଳ ହେବ ।
ନୂଆ ନୂଆ ବନ୍ଧୁ ସୃଷ୍ଟି କରିବେ ।
ଉ,ଷାଢା- ବଡ ଯୋଜନାର ଶୁଭାରମ୍ଭ କରିପାରନ୍ତି ।
ବାକି କାମରେ ବନ୍ଧୁ ସାହାର୍ୟ୍ୟ କରିବେ ।
ଆପଣଙ୍କର ତୀବ୍ର ବୁଦ୍ଧି ପାଇଁ ପୁରସ୍କାର ମିଳିବା ଯୋଗ ଅଛି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ଶ୍ରୀ ରାମଙ୍କ ବୀଜ ମନ୍ତ୍ର ପାଠ କରନ୍ତୁ ମକର- ଉ,ଷାଢା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ ।
ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ ।
ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।
ଶ୍ରବଣା- କାରବାରରେ ବନ୍ଧୁ ବା ପରିବାର ଲୋକଙ୍କ ସାହାଯ୍ୟ ପାଇବେ ।
ରାଜନିତିରେ ଚାପ ହେତୁ ମାନସିକ କ୍ଲାନ୍ତି ଅନୁଭବ କରିବେ ।
ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।
ଧନିଷ୍ଠା- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ ।
ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ ।
କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ କୁମ୍ଭ- ଧନିଷ୍ଠା- ଆୟ ଖୁବ୍ ଭଲ ହେବ ଓ ବ୍ୟୟ ସାମାନ୍ୟ ବଢିବ ।
ଅନେକ ଦିନରୁ ଲାଗି ରହିଥିବା ଦେହ ପିଡାରୁ ମୁକ୍ତ ରହିବେ ।
ପାରିବାରିକ ଜୀବନ ହସଉଲା୍ଲସରେ କଟିବ ।
କୈାଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହିବେ ।
କାମରେ ଭାଇ,ଭଉଣୀଙ୍କ ସହଯୋଗ ପାଇବେ ।
ଶତଭିଷା- ସହକର୍ମୀଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନୀତ କରିବେ ।
ମନ ପ୍ରଫୁଲୀତ ରହିବ।
ପଢାପଢିରେ ସମ୍ପୂର୍ଣ୍ଣ ଅବହେଳା ଘଟିବ ଓ ପଛେଇଯିବ ମହିଳା ମାନେ ପୂଜାପାଠରେ ମନ ଲଗାଇବେ।
ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ ।
ପୂ,ଭାଦ୍ରପଦ- ଅନେକ ସୂତ୍ରରୁ କିଛି ଧନ ସମ୍ପତି ପାଇବାର ଯୋଗ ଅଛି ।
ମାଲିମକନ୍ଦମାରେ ସଫଳତା ହାସଲ କରିବେ ।
ମହିଳା ମାନେ ଆନନ୍ଦରେ ସମୟ ଅତିବାହିତ କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ ମୀନ- ପୂ,ଭାଦ୍ରପଦ- ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି ।
ନିଜ ଲୋକଙ୍କ ଉପରେ ଭରସା ମଧ୍ୟ କରି ପାରିବେ ନାହିଁ ।
ବ୍ୟବସାୟରେ କୈାଣସି ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ।
ଉ,ଭାଦ୍ରପଦ- ଶିକ୍ଷାତ୍ରୀ ମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।
ନିଜ ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ ।
ଆର୍ଥୀକ ସ୍ଥିତି ପୂର୍ବ ପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ ରେବତୀ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ ।
ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।
ମହିଳାମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
