tribute to Rama Devi ରମାଦେବୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ବାଚସ୍ପତି ଓ ମୁଖ୍ୟମନ୍ତ୍ରୀ
"ଭୁବନେଶ୍ୱର: ରମାଦେବୀ ଚୌଧୁରୀଙ୍କ ଶ୍ରାଦ୍ଧ ଦିବସ ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଧାନସଭା ପରିସରରେ ଏକ ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
Advertisment ଓଡ଼ିଶା ବିଧାନସଭା ପାର୍ଶ୍ୱସ୍ଥ ରମାଦେବୀଙ୍କ ପ୍ରତିମୂର୍ତ୍ତି ନିକଟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରମାଦେବୀଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
କାର୍ଯ୍ୟକ୍ରମରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭ କରି ସମାଜ ସଂସ୍କାର, ନାରୀ ସଶକ୍ତୀକରଣ ଦିଗରେ ମା' ରମାଦେବୀଙ୍କ ଅବଦାନ ଅତୁଳନୀୟ।
ସେବା ଓ ତ୍ୟାଗର ମୂର୍ତ୍ତିମନ୍ତ ପ୍ରତୀକ ଥିଲେ ମା' ରମାଦେବୀ।
ରମାଦେବୀଙ୍କ ଦେଶପ୍ରେମ ଓ ସମାଜସେବା ସଦାସର୍ବଦା ଆମ ସମସ୍ତଙ୍କୁ ଏକ ସଶକ୍ତ ସମାଜ ଓ ସମୃଦ୍ଧ ରାଷ୍ଟ୍ର ନିର୍ମାଣ କରିବା ଦିଗରେ ଅନୁପ୍ରାଣିତ କରିବ।
ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଶିଷ୍ଟ ରାଜନେତା ତଥା ସମାଜସେବୀ ପଦ୍ମ ଚରଣ ନାୟକ, ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ, ଓଡ଼ିଶା ବିଧାନସଭାର ସଚିବ ସତ୍ୟବ୍ରତ ରାଉତ, ସଂସ୍କୃତି ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଦେବ ପ୍ରସାଦ ଦାଶ, ଉପ ନିର୍ଦ୍ଦେଶକ ଦେବଯାନୀ ଭୂୟାଁ, ବୁଦ୍ଧିଜୀବୀ, ସମାଜସେବୀ ପ୍ରମୁଖ ଉପସ୍ଥିତ ରମାଦେବୀଙ୍କ ସ୍ମୃତିଚାରଣ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।
"
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMBAD - ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।