Vigilance: ପୁଣି ଲାଞ୍ଚ ନେବାବେଳେ ଧରାପଡ଼ିଲେ ଯୁବ ଅଫିସର: ତହସିଲଦାରଙ୍କୁ ମାଡ଼ି ବସିଲା ଭିଜିଲାନ୍ସ
ଧର୍ମଗଡ: ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି କଳାହାଣ୍ଡି ଜିଲା ଗୋଲାମୁଣ୍ଡା ତହସିଲଦାର ଚନ୍ଦନ କୁମାର ନାୟକ।
ଗୁରୁବାର ଜଣେ ବ୍ୟକ୍ତିଙ୍କଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିବା ଜଣାପଡ଼ିଛି l Advertisment ଆହୁରି ପଢନ୍ତୁ: Narendra Modi: ଇନ୍ଦିରା ଗାନ୍ଧୀଙ୍କୁ ଜନ୍ମବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଦେଲେ ପ୍ରଧାନମନ୍ତ୍ରୀ ମୋଦୀ, ରାହୁଲ, ପ୍ରିୟଙ୍କା ଜଣେ ବ୍ୟକ୍ତିଙ୍କ ଜମିର କିସମ ପରିବର୍ତ୍ତନ ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ।
ଏହି ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ଜୋର୍ ଧରିଛି।
ଭିଜିଲାନ୍ସ ପକ୍ଷରୁ ଘଟଣାର ତଦନ୍ତ ଜାରି ରହିଥିବାବେଳେ ଲାଞ୍ଚ କାରବାର ସମ୍ପର୍କିତ ବିଭିନ୍ନ ଦିଗରେ ଯାଞ୍ଚ କରାଯାଉଛି।
ତଦନ୍ତ ପରେ ଏହି ଘଟଣାର ଅଧିକ ତଥ୍ୟ ସାମ୍ନାକୁ ଆସିବ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ sambad-ସମ୍ବାଦ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
