Vigilance : ୮ ହଜାର ଟଙ୍କା ଲାଞ୍ଚ ନେଉଥିଲେ, ଭିଜିଲାନ୍ସ ହାତରେ ଧରାପଡିଲେ ପୁଲିସ ଏଏସଆଇ
ଛେଣ୍ଡିପଦା ୧୩।୬: ଭିଜିଲାନ୍ସ ଜାଲରେ ପଡିଛନ୍ତି ଜଣେ ମହିଳା ପୋଲିସ। ଅନୁଗୋଳ ଜରପଡା ଥାନା ରେ କାର୍ଯ୍ୟରତ ଜଣେ ASI ଏକ ମାମଲାର ଚୂଡାନ୍ତ ରିପୋର୍ଟ ଦେବାପାଇଁ ୮୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ASI ଜଣକ ହେଲେ ସୀତା ନାୟକ ।
ଜରପଡା ଥାନା ଏଏସଆଇ ସୀତା ନାଏକ ଏକ ମାମଲାର ଫାଇନାଲ ରିପୋର୍ଟ ଦେବା ପାଇଁ ଜଣେ ଅଭିଯୋଗକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ । ବାରମ୍ବାର ଟଙ୍କା ଦେବାକୁ ଚାପ ପକାଇବା ପରେ ଅଭିଯୋଗକାରୀ ଏନେଇ ଭିଜିଲାନ୍ସକୁ ଜଣାଇଥିଲେ । ଅଭିଯୋଗକୁ ଭିତ୍ତିକରି ଭିଜିଲାନ୍ସ ଅଧିକାରୀମାନେ ଏକ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଥିଲେ । ପୂର୍ବ ଯୋଜନା ଅନୁସାରେ ଅଭିଯୋଗକାରୀ ଏଏସଆଇ ସୀତା ନାଏକଙ୍କୁ ୮ ହଜାର ଟଙ୍କା ଦେଉଥିବା ବେଳେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ୍ । ଏହାପରେ ଏଏସଆଇ ସୀତା ନାଏକଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିଥିଲେ। ଘଟଣା ପରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇଛି । ସେହିପରି ଅଭିଯୁକ୍ତ ଏଏସଆଇଙ୍କ ସମ୍ପତ୍ତି ସମ୍ପର୍କରେ ଭିଜିଲାନ୍ସ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।