VP C.P. Radhakrishnan in Bhubaneswar: ଦିନିକିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

Jul 09, 2026 - 12:44
VP C.P. Radhakrishnan in Bhubaneswar: ଦିନିକିଆ ଓଡ଼ିଶା ଗସ୍ତରେ ଉପରାଷ୍ଟ୍ରପତି, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବରରେ ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଦିନିକିଆ ଗସ୍ତରେ ଓଡ଼ିଶା ଆସିଛନ୍ତି ଉପରାଷ୍ଟ୍ରପତି। OUAT ପରିସରରେ ଆୟୋଜିତ ଡିପ୍ ସି’ ଫିସିଂ ମିଶନ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। 

ଗଭୀର ସମୁଦ୍ରରେ ମତ୍ସ୍ୟଚାଷ ପାଇଁ ମତ୍ସ୍ୟଜୀବୀଙ୍କୁ ଅନୁମତି ପତ୍ର ବାଣ୍ଟିବେ ଉପରାଷ୍ଟ୍ରପତି। ଏହାପରେ ଉପରାଷ୍ଟ୍ରପତି ଜଟଣୀରେ ଥିବା ଜାତୀୟ ବିଜ୍ଞାନ ଶିକ୍ଷା ଓ ଅନୁସନ୍ଧାନ ସଂସ୍ଥାନ- NISERର ୧୫ତମ ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାବରେ ଅଭିଭାଷଣ ଦେବେ।

ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଭୁବନେଶ୍ବରରେ ପହଞ୍ଚିବା ପରେ ଉପରାଷ୍ଟ୍ରପତିଙ୍କୁ ସ୍ବାଗତ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ରାଜ୍ୟପାଳ ହରିବାବୁ କାମ୍ଭମପତି ଓ ପୋଲିସ ଡିଜି ୱାଇ.ବି.ଖୁରାନିଆ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।