30 JULY 2026

Welcome!

Unlock your personalized experience.
Sign Up

Weather Forecast: ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା, ଶୁକ୍ରବାରଠୁ କମିବ, ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି

Jul 30, 2026 - 07:51
Weather Forecast: ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ଆଶଙ୍କା, ଶୁକ୍ରବାରଠୁ କମିବ, ଆଜି ୫ ଜିଲ୍ଲାରେ ସ୍କୁଲ ଛୁଟି

ଭୁବନେଶ୍ୱର ୩୦/୦୮:  ଆଜିଠୁ ରାଜ୍ୟରେ ବର୍ଷା ପ୍ରକୋପ କ୍ରମଶଃ କମିବ । ଗଭୀର ଅବପାତ ଛତିଶଗଡ଼ ଓ ପୂର୍ବ ମଧ୍ୟପ୍ରଦେଶ ଏବଂ ବିଦର୍ଭ ଉପରେ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ଭିତରେ ସାମାନ୍ୟ ଦୁର୍ବଳ ହୋଇ ଅବପାତ ରୂପ ନେବ ।

ପାଣିପାଗ ବିଭାଗ ପୂର୍ବାନୁମାନ ହେଲା, ବୁଧବାର ରାତିରୁ ଗୁରୁବାର ସକାଳ ଭିତରେ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । କିନ୍ତୁ, ଗୁରୁବାର ଆଉ ବଡ଼ ବର୍ଷା ସମ୍ଭାବନା ନାହିଁ । ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଶୁକ୍ରବାରଠାରୁ ବର୍ଷା ପରିମାଣ ଆହୁରି କମିଯିବ ।  ତେବେ ବନ୍ୟା ଓ ଲଗାଣ ବର୍ଷା ସ୍ଥିତିକୁ ଦେଖି ଆଜି ବାଲେଶ୍ୱର, ଯାଜପୁର, ଭଦ୍ରକ, କଳାହାଣ୍ଡି, ନବରଙ୍ଗପୁର ଜିଲ୍ଲାରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା କରାଯାଇଛି ।

ତେବେ ଗୁରୁବାର ଛତିଶଗଡ଼ର ଅନେକ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ୩୧ରେ ସେଠାରେ ବର୍ଷା କମିବ । କିନ୍ତୁ, ଅଗଷ୍ଟ ୧ରୁ ୪ ପର୍ଯ୍ୟନ୍ତ ବର୍ଷା ବଢ଼ିପାରେ ଛତିଶଗଡ଼ରେ । ମହାନଦୀ ଫୁଲୁଛି । ଜଳସ୍ତ ଗତ ୨୪ ଘଣ୍ଟାରେ ବରଗଡ଼ ବିଜେପୁରରେ ସର୍ବାଧିକ ୩୧୫ ମିଲିମିଟର ବର୍ଷା ହୋଇଛି । ୯ଟି ବ୍ଲକରେ ୨୦୦ ମିମିରୁ ଅଧିକ ବର୍ଷା ହୋଇଛି । ୪୬ଟି ବ୍ଲକ, ୨ଟି ପାଣିପାଗ ଷ୍ଟେସନ ଏବଂ ଗୋଟିଏ ସହରାଞ୍ଚଳରେ ୧୦୦ ମିମିରୁ ୨୦୦ ମିମି ମଧ୍ୟରେ ବର୍ଷା ରେକର୍ଡ ହୋଇଛି । ଜୁଲାଇ ପହିଲାରୁ ୨୯ ତାରିଖ ସୁଦ୍ଧା ରାଜ୍ୟରେ ହାରାହାରି ୬୨୩.୭ ମିମି ବର୍ଷା ହୋଇଛି । ସ୍ୱାଭାବିକ ବର୍ଷା ପରିମାଣ ହେଉଛି ୩୧୬.୫ ମିମି । ଅର୍ଥାତ୍ ସ୍ୱାଭାବିକଠାରୁ ୯୭% ଅଧିକ ବର୍ଷା ହୋଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।