Weather Forecast: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ, ୧୦ରେ ଲଘୁଚାପ ସମ୍ଭାବନା, ୭ରୁ ବଢ଼ିବ ବର୍ଷା
ଭୁବନେଶ୍ୱର ୦୨/୦୮: ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ। ଅଗଷ୍ଟ ୮ରେ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ। ୧୦ତାରିଖ ବେଳକୁ ଏହା ଉତ୍ତର ପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛନ୍ତି ସୋଆ-ସିଇସି ମୁଖ୍ୟ ଡକ୍ଟର ଶରତ ଚନ୍ଦ୍ର ସାହୁ।
ଅଧିକ ପଢ଼ନ୍ତୁ :- ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ
ସମ୍ଭାବ୍ୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୭ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇବ । ଉପକୂଳ ଓଡ଼ିଶାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି। ଏବେ କିଛି କିଛି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ପଶ୍ଚିମ ଦିଗରୁ ପବନ ପ୍ରବାହିତ ହେଉଥିବାରୁ କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ଏନେଇ ପାଣିପାଗ ବିଭାଗ ଆଜି ପାଇଁ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।