Weather Update: ୨୫ ଯାଏଁ ବର୍ଷା ! ଆଲର୍ଟ ଜାରି କଲା ପାଣିପାଗ ବିଭାଗ
୨୫ ତାରିଖ ଯାଏଁ ଉତ୍ତର, ପୂର୍ବ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ କିଲୋମିଟର ବେଗରେ ପବନ ବହିବ । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମ
୨୫ ତାରିଖ ଯାଏଁ ଉତ୍ତର, ପୂର୍ବ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ କିଲୋମିଟର ବେଗରେ ପବନ ବହିବ । ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ।
ରାଜ୍ୟରେ ଜାରି ରହିଛି ଲଘୁଚାପଜନିତ ମୌସୁମୀ ବର୍ଷା । ଆସନ୍ତା ୨୫ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ । ଏନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ । ଆଜି (ଗୁରୁବାର) ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆସନ୍ତା ୨୪ ଘଣ୍ଟାରେ ଝଡ଼ବର୍ଷା ପାଇଁ ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ବଜ୍ରପାତ ସହ ଘଣ୍ଟାପ୍ରତି ୩୦-୪୦ କିଲୋମିଟର ବେଗରେ ପବନ ବହିପାରେ । ଉତ୍ତର ଓଡିଶାର ବି କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସେହିଭଳି ବଜ୍ରପାତ ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଆଦି ଜିଲ୍ଲା ରହିଛି ।
ସେହିପରି ଆସନ୍ତାକାଲି (ଶୁକ୍ରବାର) ୧୮ ଜିଲ୍ଲାକୁ ପାଣିପାଗ ବିଭାଗ ଦେଇଛି ୟେଲୋ ୱାର୍ଣ୍ଣିଂ । ୨୫ ତାରିଖ ଯାଏଁ ଉତ୍ତର, ପୂର୍ବ ଏବଂ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ସାଙ୍ଗକୁ ୪୦ କିଲୋମିଟର ବେଗରେ ପବନ ବହିବ । ସମୁଦ୍ର ଅଶାନ୍ତ ରହିବ । ଏଥିପାଇଁ ୨୩ ତାରିଖ ଯାଏଁ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି । ସେପଟେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇନାହିଁ ବୋଲି ସ୍ପଷ୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
Disclaimer: This content has been automatically aggregated from television for informational purposes. To read the original article, please visit television.
Home
