Weekly Horoscope From 23th November 2026 to 29th November 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ମେଷ- ବ୍ୟବସାୟରେ ଲାଭବାନ୍ ହେବେ ।
ଚାକିରିରେ ପଦ ମର୍ଯ୍ୟଦା ପ୍ରାପ୍ତ ହୋଇପାରେ ।
ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ ।
କର୍ମ କ୍ଷେତ୍ରରେ ଦାୟିତ୍ୱ ବଢିବା ଯୋଗେ ଅନ୍ୟମନସ୍କ ରହିବେ ।
ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣ ରହିବେ ।
ଛାତ୍ରଛାତ୍ରୀମାନେ ମାନସିକ ସ୍ତରରେ ଖୁସି ରହିବେ ।
ବହୁ ଦିନର ମନସ୍କାମନା ପୂରଣ ହେବ ।
ଘର ପାଇଁ ଆସବାବ କ୍ରୟ କରିବେ ।
ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରି ପାରନ୍ତି ।
କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ Advertisment ବୃଷ- ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ ।
ପ୍ରେମିକପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ ।
ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ ।
ଅଭାବ ହେତୁ ପରିବାରରେ କଳହ ଦେଖାଦେବ ।
ବ୍ୟବସାୟରେ ମଧ୍ୟମ ଧରଣର ଫଳ ମିଳିବ ।
ଅଫିସରେ ନୂଆ ସମ୍ପର୍କ ସୃଷ୍ଟି ହେବ ।
ସାମାନ୍ୟ ବ୍ୟତିକ୍ରମ ପରିଲିକ୍ଷିତ ହେଲେ ମଧ୍ୟ କୌଣସି କାମ ଅଟକିବ ନାହିଁ ।
ଯେ କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚିତ୍ ।
ଯାତ୍ରା କାଳରେ କଷ୍ଟ ଭୋଗି ପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ମିଥୁନ- କର୍ମକ୍ଷେତ୍ରରେ ପଦୋନ୍ନତି ସହଜ ସରଳରେ ହୋଇ ପାରିବ ।
ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ ।
ନିଜର ପ୍ରଭାବ, ପରାକ୍ରମ ବୃଦ୍ଧି ପାଇବା ସହ ନିଜର ଯୋଗ୍ୟତା ଓ ସେକ୍ଷମତାର ବହୁତ ଲାଭ ମିଳିବ ।
ବିଦ୍ୟାର୍ଥୀମାନେ ପଢାରେ ଚିନ୍ତିତ ରହିବେ ।
ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧି ହେବ ।
ଚାକିରିରେ ସହକର୍ମୀମାନେ ଅସହଯୋଗ କରିବେ ।
ଘରର ସୀମା ବା ସମ୍ପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ ।
ମହିଳାଙ୍କର ଗୁରୁଜନଙ୍କ ସହିତ ମତାନ୍ତର ଘଟିପାରେ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ Advertisment କର୍କଟ- ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ ।
ସାମାଜିକ ସ୍ଥିତି ଓ ମାନ ସମ୍ମାନ ବଜାୟ ରହିବ ।
ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ ।
ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ ।
କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ ।
ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ ।
କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ ।
ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ।
ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିକ୍ରୟ କରିବେ ।
କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ ।
ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨ ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ସିଂହ- ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ।
ବାଦବିବାଦ, କ୍ରିଡା, ପ୍ରତିଦ୍ୱନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ ।
କେତେକ କ୍ଷେତ୍ରରେ ଇଚ୍ଛା ବିରୋଧରେ କାମ କରି ଅନୁତାପ କରିବେ ।
ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଂଶସାକୁ ସହି ନପାରି କଟୁ ମନ୍ତବ୍ୟ ଦେଇପାରନ୍ତି ।
ଯାତ୍ରାରେ ବିଳମ୍ବ ଘଟିପାରେ ।
ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ।
ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ, କିନ୍ତୁ ବ୍ୟୟ ମଧ୍ୟ କରିବେ ।
ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ ।
ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧ ପ୍ରତିକାର- “ଓଁ ହ୍ଲୀଂ ହ୍ଲୀଂ ସୂର୍ଯ୍ୟୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ କନ୍ୟା- ସ୍ୱାସ୍ୟ ସମସ୍ୟା ସୁଧୁରିଯିବା ଫଳରେ ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ ।
ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ ।
କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରି ପ୍ରଶଂସିତ ହେବେ ।
ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ।
ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ ।
ପ୍ରବାସ ଯାତ୍ରାରେ ଲାଭବାନ ହେବେ ।
କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ ।
ହଠାତ୍ କୈାଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ ।
ନିଜ ଲୋକ କେହି ଆପଣଙ୍କୁ ହଇରାଣରେ ପକାଇ ପାରନ୍ତି ।
ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫ ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ତୁଳା- ସାମୟିକ ଭାବରେ ଶାରିରୀକ ଅସୁସ୍ଥତା ଦେଖା ଦେଇପାରେ ।
ଅଚାନକ କୈାଣସି ପୁରୁଣା ବନ୍ଧୁ ଦେଖାହେବେ ।
ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ ।
ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ ।
ବ୍ୟବସାୟରେ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ ।
ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ ।
ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି ।
ସତର୍କତା ଅବଲମ୍ବନ ନ କଲେ କୌଣସି ଭୁଲ୍ କାମରେ ଫଶିଯିବେ ।
ସନ୍ତାନର ଭବିଷ୍ୟତ ପାଇଁ ଚିନ୍ତିତ ରହିବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬ ପ୍ରତିକାର- “ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ବିଛା- ପ୍ରିୟ ଲୋକମାନଙ୍କ ସହିତ ଆନନ୍ଦରେ ଦିନ କଟାଇବେ ।
ବ୍ୟବସାୟରେ ତ୍ୱରନ୍ତ ଫଇସଲା ଫଳପ୍ରଦ ହୋଇପାରେ ।
ଆପଣଙ୍କର ଅନ୍ତର ଆତ୍ମା ପ୍ରଖର ରହିବ ।
ଆଇନ୍ ଅଦାଲତ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ ।
ବିଭିନ୍ନ ଦିଗରୁ ଅର୍ଥ ଆୟ କରିବେ ।
ପ୍ରସାସନ କ୍ଷେତ୍ରରେ ଶୁଭ ଫଳ ପାଇବେ ।
କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।
ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।
ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ୱେ ଲାଭ ସୁନିଶ୍ଚିୟ ।
କଳାକାର ମାନଙ୍କୁ ଭଲ ସୁଯୋଗ ମିଳିବ ।
ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।
ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯ ପ୍ରତିକାର- “ଓଁ ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ଧନୁ- ନେତ୍ରା ଜନିତ ସମସ୍ୟା ଅନୁଭବ କରି ପାରନ୍ତି ।
ପାରିବାରିକ ଜୀବନରେ ଶାନ୍ତିରେ କଟିବ ଏବଂ ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି ।
ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ।
ଶିକ୍ଷାର୍ଥୀ ମାନେ ଆତ୍ମ ନିର୍ଭରଶୀଳ ରହିବେ ।
ବ୍ୟବସାୟ ପାଇଁ ଅତ୍ୟଧିକ ପରିଶ୍ରମ କରିବାକୁ ହେବ ।
ରାଜନେତାଙ୍କ ସାହାର୍ୟ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ ।
ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।
ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ ।
ଏକତରଫା ଚିନ୍ତା ଆପଣଙ୍କୁ ଅସୁବିଧାରେ ପକାଇ ପାରେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ମକର- ଭାତୃ ସଂପର୍କରେ ଉନ୍ନତି ଘଟିବ ।
ସୁଖ ଓ ସ୍ୱାଚ୍ଛନ୍ଦ୍ୟ ତଥା ଭୋଗବିଳାସ ଭାଗୀ ହେବେ ।
ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ ।
କୈାଣସି ବଡ ସୁବିଧା ମିଳିବା ଯୋଗୁଁ ଧନ ଲାଭ ହେବ ।
ରାଜନିତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ ।
ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।
ମହିଳା ମାନେ କର୍ମକ୍ଷେତ୍ରରେ ପ୍ରଶଂସା ଲାଭ କରିବେ ।
ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ ।
କୈାଣସି ପୁରୁଣା ବିବାଦର ସମ୍ମୁଖିନ କରିବାକୁ ପଡିବ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ କୁମ୍ଭ- ନିଜ ପ୍ରିୟଙ୍କ ସହ ଆଜି ଉତମ ବ୍ୟବହାର କରନ୍ତୁ ।
ଶରୀରକୁ ସୁସ୍ଥ ରଖିବା ପାଇଁ ଆଜି ଆପଣ ବହୁତ ଯୋଜନା କରିବେ ।
କର୍ମ କ୍ଷେତ୍ରରେ ନିରବତା ଅବଲମ୍ବନ କରିବେ ।
ବାଣିଜ୍ୟ-ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ ।
ପ୍ରଶାସନିକ ବିରୋଧି ଦେଖା ଦେଇପାରେ ।
ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ ।
ଶତୃଙ୍କର ସଡ ଯନ୍ତ୍ରର ଶିକାର ହୋଇ ପାରନ୍ତି।
ଋଣ ଗ୍ରସ୍ତ ହୋଇ ଜମି ବିକ୍ରୟ କରିବାକୁ ବାଧ୍ୟ ହେବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮ ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ମୀନ- ରୋଗର ପ୍ରକୋପ ବୃଦ୍ଧି ପାଇବ ।
ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ ।
ଉଚିତ୍ ବ୍ୟବହାର ପାଇଁ ଖୁସିର ବାତାବରଣ ଦେଖାଦେବ ।
ବ୍ୟବସାୟରେ ଅଧିକ ଖର୍ଚ୍ଚ ହେବାର ସମ୍ଭାବନା ଅଛି।
ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଜନଙ୍କ ପାଖରେ ଆଦୃତ ହେବେ ।
କର୍ମକ୍ଷେତ୍ରରେ ଆପଣଙ୍କର ଉଦାର ସ୍ୱଭାବ ସମସ୍ତଙ୍କୁ ପ୍ରଭାବିତ କରିବ।
ରାଜନୀତି କ୍ଷେତ୍ରରେ କୈାଶଳପୂର୍ଣ୍ଣ ଦୃଢ ପଦଦେକ୍ଷପ ନେବେ ।
ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩ ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ ODISHA TV - ଓଡିଶା ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
