Weekly Horoscope From 29th June 2026 To 5th July 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

Jun 29, 2026 - 09:55
Weekly Horoscope From 29th June 2026 To 5th July 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...

ମେଷ-
ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । କୌଣସି ଶୁଭ କାର୍ଯ୍ୟରେ ଯୋଗ ଦେଇ ହସଖୁସିରେ ସମୟ ବିତାଇବେ । ମାନସିକ ଅସ୍ଥିରତା ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସହଯୋଗ ମିଳିବ । ପୈତୃକ ସମ୍ପତ୍ତି ପ୍ରାପ୍ତି ହେବ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । କ୍ରିଡା,ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ଅନେକ ଗୁଡିଏ କାମ ଅଟକି ଯାଇ ଥିବାରୁ ଅନ୍ୟମନସ୍କ ରହିବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର -  ସୂର୍ଯ୍ୟ ଦେବତାଙ୍କୁ ନାଲି ମନ୍ଦାର ଅର୍ପଣ କରନ୍ତୁ

ବୃଷ-
କୈାଣସି କାର୍ଯ୍ୟରେ ହଠାତ୍ ସଫଳତାରେ ବାଧା ସୃଷ୍ଟି ହୋଇପାରେ । ପାରିବାରିକ ଜୀବନ ସନ୍ତୁଳନ ରକ୍ଷା କରିବେ । ରାଜନୀତିରେ ଚାପ ଦେଇ ,ଦଳୀୟ କର୍ମୀ ମାନେ ଅସୁବିଧାରେ ପକାଇ ପାରନ୍ତି । ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବା ଫଳରେ ମାନସିକ ଦୁଶ୍ଚିନ୍ତା ବଢିପାରେ । ଚାକିରି ଖୋଜୁଥିବା ବ୍ୟକ୍ତି ମାନଙ୍କୁ ନିଜର ପରିଣାମ ମିଳିବ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ମିତ୍ରଙ୍କ ସାହାର୍ଯ୍ୟ ଦ୍ୱାରା ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ ।
ଧୈର୍ଯ୍ୟ  ଧରି କାମ କରିଲେ କାର୍ଯ୍ୟରେ ବିଜୟଲାଭ କରିବେ । ଭାବପ୍ରବଣତା ପ୍ରକାଶ ପାଇବେ । ବିଦ୍ୟାର୍ଥୀ ମାନେ ଅଧ୍ୟୟନରେ ମନ ଦେବେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- “ଓଁ  ହ୍ରୀଂ ଶ୍ରୀଂ ଶୁକ୍ରାୟ ନମଃ”  ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ମିଥୁନ-
ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇ ପାରିବେ ଓ ଧନ ଲାଭ ହେବା ସହିତ କର୍ତ୍ତବ୍ୟ ଦାଇତ୍ୱ ବଢିଯିବ ।  ରୋଜଗାରର ବୃଦ୍ଧି ପାଇଁ ଅନ୍ୟର ସହଯୋଗ ମିଳିବ । ଅଫିସ୍‌ରେ ଆଜି ନିଜ କାମକୁ ନେଇ ବ୍ୟସ୍ତ ରହିବେ । ବିଦ୍ୟାର୍ଥୀ ମାନେ ଗୁରୁଜନ ମାନଙ୍କ ଆଜ୍ଞା ପାଳନ କରିବେ । ସମୟ ଅଭାବରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକୁ ପରିବର୍ତ୍ତନ କରିପାରନ୍ତି । ମହିଳା ମାନେ ଅନ୍ୟକୁ ସାହାଯ୍ୟ କରିବେ । ନିଜ ପରିସରରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶୃତି ଦେବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର – ସବୁଜ ରଙ୍ଗର ପୋଷାକ ଭିକାରିକୁ ଦାନ କରନ୍ତୁ

କର୍କଟ-
ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କ ଠାରେ ପ୍ରିୟ ଭାଜନ ହେବେ । ନିଜର କୈାଣସି ଗୋପନୀୟ କଥା କହିବା ଦ୍ୱାରା ଅସୁବିଧାରେ ପଡିପାରନ୍ତି । ଅସ୍ଥିରତା କାରଣ ହେତୁ କୈାଣସି କାର୍ଯ୍ୟ ଠିକ୍ ଭାବରେ କରିପାରିବେ ନାହିଁ । ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପ୍ରେମିକା, ପ୍ରେମିକ ମାନଙ୍କ ସମ୍ପର୍କରେ ପରିବର୍ତନ ହୋଇପାରେ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ କରି ପ୍ରଶଂସା ପାଇବେ ।  ବିଦ୍ୟାର୍ଥୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ । ସାଂସାରିକ କ୍ଷେତ୍ରରେ ସାମାନ୍ୟ ଭୁଲ ବୁଝାବଣା ଦେଖାଦେବ ଏବଂ ସନ୍ତାନଙ୍କ ପାଇଁ ଚିନ୍ତାଗ୍ରସ୍ତ ରହିବେ । ବିଶେଷତଃ ସ୍ୱାସ୍ଥ୍ୟ ପାଇଁ ଖର୍ଚ୍ଚ କରିବାକୁ ପଡିପାରେ ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ସିଂହ-
ବ୍ୟକ୍ତି ଗତ ଜୀବନରେ ଅନ୍ୟ ବ୍ୟକ୍ତି ହସ୍ତକ୍ଷେପ ଦ୍ୱାରା ଆପଣ ବିରକ୍ତ ହୋଇପାରନ୍ତି । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍‌ରେ ହୋଇଯିବ । ବୈବାହିକ ଜୀବନ ସବୁଠୁ ଉତ୍ତମ ରହିବ । ନୂତନ ଆୟର ପନ୍ଥା ଖୋଲିଯିବା ସହ ଉତମ ରୋଜଗାର ହେବ । ନିଜ ଭାଇଭଉଣୀଙ୍କ ସହିତ କୌଣସି ଚଳଚିତ୍ର  ଦେଖିପାରନ୍ତି । ଆଜି କିଛି ଭଲ ଖବର ମିଳିବ ଯାହାକୁ ନେଇ ପୁରା ଦିନ ମନ ପ୍ରସନ୍ନ ରହିବ । ଲମ୍ବା ସମୟ ଧରି ଅଟକି ରହିଥିବା କାମକୁ ସମ୍ପୁର୍ଣ୍ଣ କରିବେ । 
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ଉପାସନା କରନ୍ତୁ

କନ୍ୟା-
ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଅର୍ଥ ଆୟ କରିବା ସହିତ ମାନସମ୍ମାନ ପାଇବେ ।ନିଜର ପରିଶ୍ରମରେ ଅନେକ ପରିବର୍ତନ ଆଣିବେ । ବ୍ୟାଙ୍କ, ବାଲାନ୍ସ ବୃଦ୍ଧି ହେବା ସହିତ ଋଣ କରଜ ସୁଝି ପାରିବେ । ପଡୋଶି ବା କୁଟୁମ୍ଭଙ୍କ ସହିତ ମତାନ୍ତର ଥିଲେ ସମାଧାନ ହୋଇଯିବ । ରାଜନୀତି ଆଶା ଓ ଆକାଂକ୍ଷା ଭିତରେ କଟାଇବେ । ନିଜ କଥାରେ ସଞମତା ରଖି ନପାରିଲେ ଉପହାସିତ ହେବେ । ସନ୍ତାନ ମାନଙ୍କ ସଫଳତାକୁ ଦେଖି ଆପଣ ଖୁସି ଅନୁଭବ କରିବେ ।  ଭୂମି କ୍ରୟର ସୁଯୋଗ ଆସିପାରେ ।  ମହିଳା ମାନେ ସୌଖିନ ଦ୍ରବ୍ୟ କ୍ରୟ କରିବେ ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ 

ତୁଳା-
ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ବନ୍ଧୁ ମିତ୍ରଙ୍କର ଆର୍ଥୀକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି । କଠିନ ପରିଶ୍ରମ କରିବା ଫଳରେ ବହୁତ ଭଲ ଫଳାଫଳ ପାଇବେ । ନୂତନ ଦ୍ରବ୍ୟ ଲାଭର  ସୁଯୋଗ  ରହିଛି । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କ୍ଷମତା ଶାଳୀ ହେବାର ସୁଯୋଗ ଆସିବ ।  
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର – ଭଗବାନଙ୍କର ମୀନ ଅବତାର ଫଟକୁ ପୂଜା କରନ୍ତୁ

ବିଛା-
ସାଧାରଣ ଲୋକଙ୍କୁ ସାହାର୍ଯ୍ୟ କରି ଖୁସି ଅନୁଭବ କରିବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ଗୃହକୁ ସମ୍ପର୍କୀୟ ମାନଙ୍କର ଆଗମନ ହେବ । ଆର୍ଥିକ ସମସ୍ୟା ନିଶ୍ଚିନ୍ତ ରୂପେ ସମାଧାନ ହୋଇଯିବ । ପଡୋଶିଙ୍କ ସହ ଚତୁରତାର ସହ କଥା କହି କାର‌୍ୟ୍ୟ ହାସଲ କରିବେ ।  ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । ଦୁଶାହାସିକ ପଦକ୍ଷପ ନେଇ ରାଜନୀତିରେ ସଫଳତା ପାଇବେ । ମନବଳ ଟାଣ ଯୋଗୁ  ବହୁ ବିପଦରୁ ରକ୍ଷା ପାଇବେ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ । ପରିଶ୍ରମ ଅନୁସାରେ ଯଥେଷ୍ଟ ଲାଭ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- “ଓଁ  ହୂଂ ଶ୍ରୀଂ ମଙ୍ଗଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଧନୁ-
ପରିବାରରେ ଥିବା ମତାନ୍ତର- ମନାନ୍ତରରେ ପରିଣତ ହୋଇପାରେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଅନେକ  ସମସ୍ୟାର ସମାଧାନ ହୋଇ ପରିବାରରେ ହସ  ଖୁସିର ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ସମ୍ପତି ବୃଦ୍ଧି ହୋଇପାରେ । ଅନ୍ତର୍ନିହିତ ପ୍ରତିଭାର ବିକାଶ ଘଟିବ । କର୍ମ କ୍ଷେତ୍ରରେ କୈାଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । କର୍ତବ୍ୟ ନିଷ୍ଠା ଯୋଗୁ ସମସ୍ତଙ୍କର ଆଦର ହେବେ ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର – ବୃହସ୍ପତିଙ୍କର ମନ୍ତ୍ର ପାଠ କରନ୍ତୁ

ମକର-
ପରିବାର ତଥା କୁଟୁମ୍ଭରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଆୟୋଜନ କରିପାରିବେ । ବାହ୍ୟ ଶତୃ ମାନଙ୍କଠାରୁ ଦୂରେଇ ରହିବା ଭଲ ।  ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । ନୂଆ ଗୃହ ନିର୍ମାଣ କରିବାର ସୁଯୋଗ ଆସିପାରେ । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ବନ୍ଧୁଙ୍କ ଠାରୁ ଆର୍ଥିକ ସମ୍ବନ୍ଧୀୟ ସହଯୋଗ ପାଇବେ । ପୁଞ୍ଜି ଲଗାଣ , ଆଦାନ, ପ୍ରଦାନରେ ବିଶେଷ ଲାଭବାନ୍ ହେବେ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ । ସମୟକୁ ସତ୍ ଉପଯୋଗ କରିବାକୁ ଆପ୍ରାଣ ଚେଷ୍ଟା କରିବେ ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

କୁମ୍ଭ-
ସଭାସମିତି ଓ କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ହାସଲ କରିବେ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ମିଲିବ । ବାଣିଜ୍ୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ ।  ଅତିରିକ୍ତ ଆୟର ଦରକାର ଅନୁବବ ହେବ । ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ । 
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର –ନୀଳ, ବା କଳା ରଙ୍ଗର ଟୋପି ଧାରଣ କରନ୍ତୁ

ମୀନ-
କର୍ମକ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଆତ୍ମୀୟ ସୂଜନଙ୍କ ସହିତ ମିଳନ ହେବା ସହ ପରିବାରରେ ଶାନ୍ତି ଫେରି ଆସିବ । ନେତ୍ରରେ ସାମାନ୍ୟ ପୀଡା ଅନୁଭବ କରି ପାରନ୍ତି । ବିଳାସ-ବ୍ୟସନରେ ଜୀବନ ନିର୍ବାହ କରିବେ । ଧିରେ ଧିରେ ପ୍ରଗତି ପଥରେ ଅଗ୍ରସର ହେବେ । ଛାତ୍ରଛାତ୍ରି ମାନେ ପଢା ପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷା ହାସଲ କରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନ ପାଇ ବରିଷ୍ଠ ନେତାଙ୍କ ସ୍ନେହର ପାତ୍ର ହେବେ । ଭଲ ବ୍ୟବହାର ଯୋଗୁଁ ସମସ୍ତଙ୍କର ପ୍ରିୟ ହୋଇ ପାରନ୍ତି । ମହିଳା ମାନେ ସ୍ନେହୀ ସ୍ୱଭାବ ଯୋଗୁଁ ଲାଭବାନ୍ ହେବେ ।
ଶୁଭ ରଙ୍ଗ - ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ