Weekly Horoscope From 6th June 2026 To 12th July 2026: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଆପଣଙ୍କର ରାଶିଫଳ...
ମେଷ-
ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପ୍ରତିଷ୍ଠାର ଅଧିକାରୀ ହେବେ । ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ଦିନ କଟାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । କର୍ମକ୍ଷେତ୍ରରେ ଦାୟିତ୍ୱ ବଢିବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟ ଭାଜନ ହେବେ । ସହଜ ସରଳରେ କର୍ମ ନିଯୁକ୍ତି ପାଇବେ । ଋଣ ପରିଶୋଧ କରିବା ସହ ଋଣ ପ୍ରାପ୍ତିର ସୁଯୋଗ ପାଇବେ ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଗରିବ ଲୋକଙ୍କୁ ଭୋଜନ, ପୋଷାକ, ତୈଳ ଦାନ କରନ୍ତୁ
ବୃଷ-
ଜୀବନରେ ଲାଗି ରହିଥିବା ସମସ୍ୟାର ସମାଧାନ ବାହାରିବ। କୌଣସି ଯୋଜନା ବନାଇବାରେ ଜୀବନସାଥୀର ସହଯୋଗ ପାଇବେ। ପର୍ୟ୍ୟଟନ ଓ ବିଜ୍ଞାନ କ୍ଷେତ୍ରରେ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଅବସର ମିଳିବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କର ଦରମା ବଢ଼ିବ। ଖେଳ କ୍ଷେତ୍ରରେ ଥିବା ବ୍ୟକ୍ତି ଭବିଷ୍ୟତ ସୁଧାରିବାରେ ଅବସର ପାଇବେ। ଭାଇ ଭଉଣୀଙ୍କ ସହିତ କୌଣସି କଥା ଉପରେ ଚର୍ଚ୍ଚା କରିବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ବାହାରକୁ ବୁଲି ଯିବାର ଯୋଜନା କରିବେ। ସ୍ବାସ୍ଥ୍ୟ ପୂର୍ବ ଅପେକ୍ଷା ଭଲ ରହିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଓଁ ଶଂ ଶନିଶ୍ଚରାୟ ନମଃ ଜପ କରନ୍ତୁ
ମିଥୁନ-
କୌଣସି ଯୋଜନାରେ ଉନ୍ନତିମୂଳକ କାମ ସକାଶେ ମୋଟା ଅଙ୍କର ଅର୍ଥର ଆବଶ୍ୟକତା ପଡ଼ିପାରେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ । ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢ଼ିପାରେ, ଯାହାକି ଦୁଶ୍ଚିନ୍ତାର ମାତ୍ରାକୁ ବଢ଼ାଇଦେବ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ । ପାରିବାରିକ ସମସ୍ୟା ବଡ ଚିନ୍ତାର କାରଣ ହେବ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- କୈାଣସି ଧର୍ମାନୁଷ୍ଠାନରେ ତେଲ, କଳା ଲୁଗା ଦାନ କରନ୍ତୁ
କର୍କଟ-
ନୂଆ ଶକ୍ତି ଆପଣଙ୍କୁ ସଫଳତାର ନିକଟସ୍ଥ କରିବ। ଆପଣଙ୍କ କଂପାନି ପାଇଁ ବଡ଼ ସୁଯୋଗ ମିଳିବ। ଯାହାକି ଭବିଷ୍ୟତରେ ଲାଭପ୍ରଦ ହେବ। ଅଫିସରେ ଆପଣଙ୍କ କାମରେ ଖୁସି ହୋଇ କର୍ତ୍ତୃପକ୍ଷ ଉପହାର ଦେବେ। ଚାକିରି ଚେଷ୍ଟାରେ ଲାଗି ରହିଥିବା ଯୁବକ ସଫଳତା ପାଇବେ। କୋର୍ଟରେ ଥିବା ମକଦ୍ଦମାର ଫଇସଲା ଆପଣଙ୍କ ପକ୍ଷରେ ଆସିବ। ସନ୍ତାନର ସଫଳତା ହେତୁ ଗୌରବାନ୍ବିତ ଅନୁଭବ କରିବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନେ ଜଣେ ଅନ୍ୟଜଣଙ୍କୁ ପ୍ରଭାବିତ କରିବେ। ସ୍ବାସ୍ଥ୍ୟ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ। ଟ୍ରାଫିକ ନିୟମ ମାନି ଯାନ ଚଳାନ୍ତୁ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୨
ପ୍ରତିକାର- ଭୋକିଲା ଲୋକଙ୍କୁ ଖେଚୁଡି ଖାଇବାକୁ ଦିଅନ୍ତୁ
ସିଂହ-
ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିିବ । ଛାତ୍ରଛାତ୍ରୀ ମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ଅଫିସ କାମ କରିବା ବେଳେ ମନକୁ ବିଭିନ୍ନ ଯୋଜନା ଆସିବ । ଭାଇବନ୍ଧୁଙ୍କ ସହାୟତା ପାଇ ଶତ୍ରୁ ବିନାଶ କରିବେ ଓ ମାନସିକ ଶାନ୍ତି ଫେରିପାଇବେ । ଋଣ ପରିଶୋଧ କରି ଆଶ୍ୱସ୍ତ ହେବେ । ମନରେ ଅହଂଭାବ ଉଦ୍ରେକ ହୋଇପାରେ ।
ଶୁଭ ରଙ୍ଗ- ନାରଙ୍ଗୀ ଏବଂ ଶୁଭ ସଂଖ୍ୟା- ୧
ପ୍ରତିକାର- ଗୁରୁଜନ ମାନଙ୍କଠାରୁ ଆର୍ଶିବାଦ ନେଇ କର୍ମ ଆରମ୍ଭ କରନ୍ତୁ
କନ୍ୟା-
ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। କାରବାର ଓ ଆୟରେ ବୃଦ୍ଧି ହେବ। ଘରୋଇ ଉଦ୍ୟୋଗରେ କାମ କରୁଥିବା ଲୋକଙ୍କ ଲାଗି ସମୟ ଭଲ। ବିଦେଶରେ ଚାକିରି ପାଇଁ ପ୍ରୟାସ କରିଆସୁଥିବା ବ୍ୟକ୍ତିମାନଙ୍କୁ ଶୁଭ ସଂକେତ ମିଳିପାରେ। କ୍ରିକେଟ ଖେଳାଳି ପ୍ରଶିକ୍ଷକଙ୍କ ଠାରୁ କିଛି ନୂଆ ଶିକ୍ଷା ଲାଭ କରିବେ। ନୂଆ ଘର କିଣିବାର ବିଚାର ବଡ଼ମାନଙ୍କ ସହିତ ବସି କରିବେ। ପୁଅଙ୍କୁ ସଫଳତା ମିଳିବା ଯୋଗୁଁ ଘରେ ଖୁସିର ବାତାବରଣ ରହିବ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କର ସମ୍ବନ୍ଧ ଆହୁରି ମଜଭୁତ ହେବ। ଛାତ୍ରଛାତ୍ରୀଙ୍କର ମନ ପାଠପଢ଼ାରେ ଲାଗିବ।
ଶୁଭ ରଙ୍ଗ- ସବୁଜ ଏବଂ ଶୁଭ ସଂଖ୍ୟା- ୫
ପ୍ରତିକାର- ଗଣେଷଙ୍କୁ ଦ୍ୱବ ଦାନ କରନ୍ତୁ
ତୁଳା-
ଧାର୍ମିକ, ସାହିତ୍ୟ ପଢିବା ପାଇଁ ମନ ବଳାଇବେ । ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ମାନସମ୍ମାନ, ଯଶ ପ୍ରତିଷ୍ଠା ବଢିବ । ବ୍ୟବସାୟରେ ଉନ୍ନତି ହେବ । ଗୁରୁତ୍ୱପୂର୍ଣ୍ଣ କାମରେ ମାନସିକ ଅବସାଦ ଲାଗି ରହିପାରେ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ଓ ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ହାସଲ କରିବେ।
ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬
ପ୍ରତିକାର- ଓଁ ହ୍ରୀଂ ଦୁଂ ଦୁର୍ଗାୟୈ ନମଃ ଜପ କରନ୍ତୁ
ବିଛା-
ଲାଗି ରହିଥିବା ସମସ୍ୟାର ସମାଧାନ କରିନେବେ। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ପୁରୁଣା କଥା ପାସୋରି କିଛି ନୂଆ କାମ କରିବେ। ମହିଳା ବ୍ୟବସାୟୀଙ୍କ ଲାଗି ସମୟ ଲାଭପ୍ରଦ। ଚାକିରିରେ ପଦୋନ୍ନତି ମିଳିପାରେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିମାନଙ୍କର ସମାଜରେ ପ୍ରତିଷ୍ଠା ବୃଦ୍ଧି ହେବ। କ୍ରୀଡ଼ା କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ସମୟ ଭଲ। ସୁଖଦ ପାରିବାରିକ ଜୀବନ ଅତିବାହିତ କରିବେ। ପ୍ରେମୀ ଯୁଗଳ ଅଧିକ ସମୟ ଫୋନରେ କଥା ହେବେ। ଇଂଜିନିୟରିଂ ଛାତ୍ରଛାତ୍ରୀଙ୍କ ଲାଗି ଚାକିରିର ସୁଯୋଗ ଆସିବ। ମାନସିକ ଓ ଶାରୀରିକ ଦୃଷ୍ଟିରୁ ସୁସ୍ଥ ଅନୁଭବ କରିବେ।
ଶୁଭ ରଙ୍ଗ- ଲାଲ୍ ଏବଂ ଶୁଭ ସଂଖ୍ୟା -୯
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ
ଧନୁ-
ଆପଣଙ୍କ ଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିଛନ୍ତି ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ୱାସ୍ଥ୍ୟରେ ପରିବର୍ତନ ହେବ । ଉଚ୍ଚ ଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ । ପରୋପକାର ଓ ସମସଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ଅଳ୍ପ ପରିଶ୍ରମରେ ଅଧିକ ଧନ ଲାଭ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ରହିବେ । ବୟସ୍କ ବ୍ୟକ୍ତିଙ୍କ ସମର୍ଥନ ପାଇ ବ୍ୟବସାୟରେ ହରେଇଥିବା ଟଙ୍କା ଫେରି ପାଇପାରନ୍ତି ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ମକର-
କୌଣସି ଅଜଣା ବ୍ୟକ୍ତିଙ୍କ ସଂପର୍କରେ ଆସିବେ ଯାହାଦ୍ବାରା ଭବିଷ୍ୟତରେ ଲାଭ ପାଇବେ। ବ୍ୟବସାୟରେ ତ୍ବରିତ ଫଇସଲା ଲାଭପ୍ରଦ ରହିବ। ଅଫିସରେ ବାତାବରଣ ଅନୁକୂଳ ରହିବ। କୋର୍ଟରେ କାମ କରୁଥିବା ଲୋକଙ୍କ ଲାଗି ସମୟ ଭଲ। ଚାକିରି ଖୋଜୁଥିବା ବ୍ୟକ୍ତି ବିଶେଷଙ୍କୁ ଭଲ ଉଦ୍ୟୋଗରୁ ଡାକରା ଆସିବ। ରାଜନୀତି ଲୋକଙ୍କର ସମାଜରେ ପ୍ରଭାବ ବଢ଼ିବ। କ୍ରିକେଟ ଖେଳାଳି ପ୍ରୋତ୍ସାହନ ପାଇବେ। ପରିବାରରେ ନୂଆ ଦାୟିତ୍ବ ଆସିପାରେ। ବିଦ୍ୟାର୍ଥୀ ପରିଶ୍ରମ ଅନୁସାରେ ସଫଳତା ପାଇବେ। ଶାରୀରିକ ରୂପେ ସୁସ୍ଥ ରହିବେ।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ପିମ୍ପୁଡ଼ିକୁ ମଇଦା ଖାଇବାକୁ ଦିଅନ୍ତୁ
କୁମ୍ଭ-
ଏକାଧିକ କାମରେ ପ୍ରବେଶ କାରଣରୁ ବହୁତ ଝଡ଼ଝଞ୍ଜା ମଧ୍ୟ ଦେଇ କାମ ସମ୍ପନ୍ନ ହେବ। ପାରସ୍ପରିକ ବୁଝାମଣା ହେତୁ ପାରିବାରିକ ଜୀବନ ସୁଖରେ କଟିବ। କାରଣ ନ ଥାଇ ମଧ୍ୟ ଅଭିଯୋଗର ସାମ୍ନା କରିବାକୁ ପଡିବ। ସ୍ୱାସ୍ଥ୍ୟ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି । ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କରି ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଭ୍ରମଣଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।
ଶୁଭ ରଙ୍ଗ- ନୀଳ ଏବଂ ଶୁଭ ସଂଖ୍ୟା- ୮
ପ୍ରତିକାର- ଅସହାୟ ବ୍ୟକ୍ତି ବା ମହିଳା ମାନଙ୍କୁ କମ୍ବଳ ଦାନ କରନ୍ତୁ
ମୀନ-
କାରବାର ବୃଦ୍ଧି ପାଇଁ ସମୟ ଭଲ। ବଡ଼ ଭାଇଙ୍କ ସହ ପରାମର୍ଶ କରି ନୂଆ କାରବାରରେ ଧନ ନିବେଶ କରନ୍ତୁ ଲାଭ ପାଇବେ। ଅଫିସରେ ଆପଣଙ୍କ ପରାମର୍ଶକୁ ସମସ୍ତେ ଆଦର କରିବେ। ବିଜ୍ଞାନ ଓ ଗବେଷଣା କ୍ଷେତ୍ରରେ ଥିବା ଲୋକ ନୂଆ ପ୍ରୋଜେକ୍ଟ ପାଇବେ। କର୍ମଜୀବୀ ମହିଳାଙ୍କର ଅଫିସରେ ଉନ୍ନତି ହେବ। ରାଜନୀତି କରୁଥିବା ଲୋକଙ୍କ କର୍ତ୍ତବ୍ୟ ନିଷ୍ଠାର ପ୍ରଶଂସା ହେବ। ପ୍ରେମ ପ୍ରସଙ୍ଗରେ ସଫଳତା ପାଇବେ। ଅବିବାହିତା ମହିଳାଙ୍କ ଲାଗି ସୁନ୍ଦର ବିବାହ ପ୍ରସ୍ତାବ ଆସିବ। ଛାତ୍ରଛାତ୍ରୀ ନିଜର ପରିଶ୍ରମ ଜାରି ରଖନ୍ତୁ। ମାନସିକ ସୁସ୍ଥତା ପାଇଁ ଯୋଗ କରନ୍ତୁ।
ଶୁଭ ରଙ୍ଗ- ହଳଦିଆ ଏବଂ ଶୁଭ ସଂଖ୍ୟା- ୩
ପ୍ରତିକାର- କୈାଣସି ମାଙ୍ଗଳିକ କାର୍ୟ୍ୟରେ ଯୋଗଦାନ କରିବା ସହିତ ସାହାର୍ୟ୍ୟ ସହଯୋଗ କରନ୍ତୁ