ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Jul 21, 2026 - 17:43
ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସୁଛନ୍ତି ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଚିଠା କାର୍ଯ୍ୟକ୍ରମ ଅନୁଯାୟୀ, ସେ ଏହି ଗସ୍ତ ସମୟରେ ଭୁବନେଶ୍ୱର, କଟକ, ବ୍ରହ୍ମପୁର ଏବଂ ଗଞ୍ଜାମ ଜିଲ୍ଲାର ତପ୍ତପାଣି ପରିଦର୍ଶନ କରିବେ। ଏନେଇ ରାଷ୍ଟ୍ରପତି ଭବନ ପକ୍ଷରୁ ପ୍ରସ୍ତୁତ ଖସଡ଼ାର କାର୍ଯ୍ୟସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି । ଏହି ଗସ୍ତ ପାଇଁ ଓଡ଼ିଶା ସରକାର ଏବଂ ସମ୍ପୃକ୍ତ ବିଭାଗଗୁଡ଼ିକୁ ଆବଶ୍ୟକୀୟ ବ୍ୟବସ୍ଥା କରିବାକୁ ଅବଗତ କରାଯାଇଛି।

ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଉଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଉଛି। ବିମାନବନ୍ଦରରୁ କାର୍ଯ୍ୟକ୍ରମ ସ୍ଥଳ ପର୍ଯ୍ୟନ୍ତ ବ୍ୟାପକ ସୁରକ୍ଷା କର୍ମୀ ମୁତୟନ କରାଯିବା ସହ ସ୍ୱତନ୍ତ୍ର ଟ୍ରାଫିକ୍ ପରିଚାଳନା ବ୍ୟବସ୍ଥା ମଧ୍ୟ କାର୍ଯ୍ୟକାରୀ କରାଯାଉଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।