01 AUGUST 2026

Welcome!

Unlock your personalized experience.
Sign Up

ଅଗଷ୍ଟ ୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

Aug 01, 2026 - 16:52
ଅଗଷ୍ଟ ୩ ରେ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି ବନ୍ଦ

ଭୁବନେଶ୍ୱର,୧।୮: ଅଗଷ୍ଟ ୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ତେବେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।