ଅଙ୍ଗନବାଡ଼ି କେନ୍ଦ୍ରରୁ ଖସିଲା କଂକ୍ରିଟ,୩ ଶିଶୁ ଆହତ
କଣ୍ଟାବାଞ୍ଜି,୭।୭: ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁର୍ଲ୍ଲୀ ଗାଁ ଅଙ୍ଗନବାଡ଼ି କେନ୍ଦ୍ରରେ ମଙ୍ଗଳବାର ଏକ ଅଘଟଣ ଘଟିଛି। ଅଙ୍ଗନବାଡ଼ି କେନ୍ଦ୍ର ଛାତରୁ କଂକ୍ରିଟ ଖସି ୩ଜଣ ଶିଶୁ ଆହତ ହୋଇଛନ୍ତି।
ଆହତ ଶିଶୁଙ୍କୁ କଣ୍ଟାବାଞ୍ଜି ମେଡିକାଲରେ ଭର୍ତ୍ତି କରାଯାଇଛି। ପରିବାର ଲୋକେ ଘଟଣାକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ କେଉଁ ପରିସ୍ଥିତିର ଛାତରୁ କଂକ୍ରିଟ ଖସିଲା ଏହାର ତଦନ୍ତ କରି ଶିଶୁମାନଙ୍କ ଚିକିତ୍ସା ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହୋଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।