ଅପରାଧିକ ମାମଲାରେ ଅଟକ ନବନିଯୁକ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ଶନିବାର ଦୃଢ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର : ଅପରାଧିକ ମାମଲାରେ ଅଟକ ନବନିଯୁକ୍ତ ସରକାରୀ ଅଧିକାରୀଙ୍କ ଉପରେ ମୁଖ୍ୟମନ୍ତ୍ରୀ ଶନିବାର ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି।
ନୂଆ କରି ନିଯୁକ୍ତି ପାଇଥିବା OT&AS(Odisha Taxation & Accounts Service) ଅଧିକାରୀ ଭୀମସେନ ଟୁଡୁଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ତାଙ୍କୁ ସରକାରୀ ସେବାରୁ ବହିଷ୍କାର କରିଛନ୍ତି। ଭବିଷ୍ୟତରେ ମଧ୍ୟ ଶ୍ରୀ ଟୁଡୁ ଆଉ କୌଣସି ସରକାରୀ ଚାକିରି ପାଇବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।
ସୂଚନାଯୋଗ୍ୟ ଯେ, ନୂଆ କରି OTAS ପାଇଥିବା ଶ୍ରୀ ଟୁଡୁ ତାଙ୍କ ଇଣ୍ଡକ୍ସନ୍ ଟ୍ରେନିଙ୍ଗ୍ ସମୟରେ ୨୦୨୬ ଜୁନ୍ ୪ ତାରିଖଠାରୁ ଅନୁପସ୍ଥିତ ଥିଲେ। ମଧୁସୂଦନ ଦାସ ରିଜିଓନାଲ୍ ଏକାଡେମୀ ଅଫ୍ ଫାଇନାନ୍ସିଆଲ୍ ମ୍ୟାନେଜମେଣ୍ଟ (MDRAFM)ରେ ତାଙ୍କ ଶେଷ ପରୀକ୍ଷାରେ ମଧ୍ୟ ଯୋଗ ଦେଇନଥିଲେ। ସେହି ସମୟରେ ସେ ଏକ ମୃତ୍ୟୁ ମାମଲାରେ ବାରଙ୍ଗ ପୁଲିସ ଦ୍ୱାରା ଗିରଫ ହୋଇଥିଲେ ଏବଂ ତାଙ୍କୁ ଜୁଡିସିଆଲ୍ କଷ୍ଟୋଡିକୁ ପଠାଯାଇଛି। ଅପରାଧିକ ମାମଲାରେ ୪୮ ଘଣ୍ଟାରୁ ଅଧିକ ସମୟଧରି ପୁଲିସ ଦ୍ୱାରା ଅଟକ ଥିବାରୁ ଆଇନ ଅନୁଯାୟୀ ପଦକ୍ଷେପ ନିଆଯାଇ ତାଙ୍କୁ ସିଧାସଳଖ ସରକାରୀ ସେବାରୁ ବରଖାସ୍ତ କରାଯାଇଛି।