ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା: ବଡ଼ଦାଣ୍ଡରେ ରଥାରୁଢ଼ ହେବେ ଚତୁର୍ଦ୍ଧାମୂରତି, ଭକ୍ତ ଓ ଭଗବାନଙ୍କ ହେବ ମହାମିଳନ
ପୁରୀ: ଆଜି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ ବ୍ରହ୍ମାଣ୍ଡ ଠାକୁର । ରଥାରୁଢ଼ ହେବେ ଚତୁର୍ଦ୍ଧାମୂରତି, ଭକ୍ତ ଓ ଭଗବାନଙ୍କ ହେବ ମହାମିଳନ । ଏହି ପବିତ୍ର ରଥଯାତ୍ରା ପାଇଁ ଚଳଚଞ୍ଚଳ ହୋଇଉଠିଛି ଶ୍ରୀକ୍ଷେତ୍ର। ଆଜିଠୁ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରା ଶ୍ରୀମନ୍ଦିରରୁ ବାହାରି ନଅ ଦିନିଆ ଯାତ୍ରାରେ ଗୁଣ୍ଡିଚା ମନ୍ଦିର ଅଭିମୁଖେ ବାହାରିବେ । ଏଥିପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି ।
ଶ୍ରୀଜୀଉଙ୍କ ପହଣ୍ଡି ବିଜେ ନୀତି ସକାଳ ୯ଟାରୁ ୯.୩୦ ମିନିଟ ମଧ୍ୟରେ ଆରମ୍ଭ ହେବାକୁ ସମୟ ଧାର୍ଯ୍ୟ କରାଯାଇଛି । ଶ୍ରୀଗୁଣ୍ଡିଚା ଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଛି। ପ୍ରଥମେ ଚକ୍ରରାଜ ସୁଦର୍ଶନଙ୍କୁ ପହଣ୍ଡି କରି ଦେବଦଳନ ରଥରେ ବିଜେ କରାଯିବ। ଏହା ପରେ ବଡ଼ ଭାଇ ଶ୍ରୀ ବଳଭଦ୍ର ଧାଡ଼ ପହଣ୍ଡିରେ ଆସି ତାଳଧ୍ୱଜ ରଥରେ ବିଜେ ହେବେ।ପରେ ମା’ସୁଭଦ୍ରାଙ୍କୁ ପହଣ୍ଡିରେ ଆଣି ଦେବଦଳନ ରଥରେ ବିଜେହେବେ।ଏହା ପରେ ବଡ଼ଦାଣ୍ଡରେ ଝୁଲି ଝୁଲି ରଥ ଉପରକୁ ଆସିବେକାଳିଆ ସାଆନ୍ତେ । ପହଣ୍ଡିକୁ ଅପେକ୍ଷା କରିଛନ୍ତି ଲକ୍ଷାଧିକ ଭକ୍ତ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAKALA - ସକାଳ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।