ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

Jul 02, 2026 - 13:36
ଆଦାନୀ ସହ ବଡ଼ ଚୁକ୍ତି ସ୍ବାକ୍ଷର କଲେ ଓଡ଼ିଶା ସରକାର: ସୃଷ୍ଟି ହେବ ୫୩,୫୦୦ ନୂଆ ନିଯୁକ୍ତି

ଭୁବନେଶ୍ୱର,୨।୭: ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଏବଂ ଓଡ଼ିଶା ସରକାରଙ୍କ ମଧ୍ୟରେ ଏକ ବଡ଼ ଚୁକ୍ତି ସ୍ବାକ୍ଷରିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଲୋକସେବା ଭବନରେ ଶିଳ୍ପ ବିଭାଗ ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ ଅନ୍ତରାଷ୍ଟ୍ରୀୟ ହୋଲଡିଂ କମ୍ପାନୀ ମଧ୍ୟରେ ୧ ଲକ୍ଷ ୧ ହଜାର କୋଟିର ଏମଓୟୁ ସ୍ବାକ୍ଷର ହୋଇଛି। ଏହି ଏମଓୟୁ ଦ୍ବାରା ୫୩,୫୦୦ ନୂତନ ନିଯୁକ୍ତି ସୃଷ୍ଟି ହେବ ବୋଲି ଜଣାପଡ଼ିଛି।
ସୂଚନାଯୋଗ୍ୟ, ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ କାର୍ଯ୍ୟକ୍ରମ ମୁଖ୍ୟମନ୍ତ୍ରୀଙ୍କ ସହ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ଏବଂ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡର କରଣ ଆଦାନୀ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily