ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

Jul 13, 2026 - 13:13
ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ ଓଡ଼ିଶା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏକ ନିର୍ଦ୍ଦେଶ ଜାରି କରାଯାଇଛି।

ନିର୍ଦ୍ଦେଶରେ କୋଭିଡ୍‌ ଲକ୍ଷଣ ଦେଖାଦେଲେ ତୁରନ୍ତ ସନ୍ଦିଗ୍ଧଙ୍କ ଟେଷ୍ଟ କରିବାକୁ କୁହାଯାଇଛି। ଏନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ରବୀନ୍ଦ୍ରନାଥ ମିଶ୍ର ସୋମବାର ସୂଚନା ଦେଇଛନ୍ତି।

ସୂଚନା ଯୋଗ୍ୟ, ଆନ୍ଧ୍ରପ୍ରଦେଶର YSR କଡପା ଜିଲାରେ COVID-19 ମାମଲା ସାମ୍ନାକୁ ଆସିଛି। ଗତ କିଛି ସପ୍ତାହ ମଧ୍ୟରେ ୮ଟି COVID-19 ମାମଲା ରିପୋର୍ଟ ହେବା ସହିତ ଚିକିତ୍ସାଧୀନ ଅବସ୍ଥାରେ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ନେଇ ରାଜ୍ୟରେ ପୁଣି COVID-19 ଭୟ ସୃଷ୍ଟି ହୋଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।