ଆସନ୍ତା ୨୬ରେ ବାତ୍ୟା, ୨୮ରେ ଲ୍ୟାଣ୍ଡଫଲ୍..
ଭୁବନେଶ୍ବର: ଅକ୍ଟୋବରରେ ବାତ୍ୟା ସ୍ପଷ୍ଟ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୬ ବେଳକୁ ବାତ୍ୟା ରୂପ ନେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଯାହା ୨୮ ତାରିଖରେ ସକାଳେ ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ମଧ୍ୟରେ ଲ୍ୟାଣ୍ଡଫଲ କରିବ । ଅର୍ଥାତ ଆସନ୍ତା ବୁଧବାର ଓଡ଼ିଶା-ଆନ୍ଧ୍ର ମଧ୍ୟରେ ସ୍ଥଳଭାଗ ଛୁଇଁବ ବୋଲି ଆଇଏମଡି କହିଛି । ତେବେ ବଙ୍ଗୋପ ସାଗରରେ ଆଜି ସୃଷ୍ଟି ହୋଇଛି ଲଘୁଚାପ। କେନ୍ଦ୍ରୀୟ ବଙ୍ଗୋପସାଗରରେ ସ୍ପଷ୍ଟ ଲଘୁଚାପ ସକ୍ରିୟ ହୋଇ ଆସନ୍ତାକାଲି ଅବପାତର ରୂପ ନେବ। ୨୫ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସିଷ୍ଟମ ୨୬ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବ ବୋଲି ଆଇଏମଡି ସ୍ପଷ୍ଟ କରିଛି ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
