ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ 'ବିତାଙ୍ଗ ଆଦିପୁର୍ଣ୍ଣ' ପ୍ରଦାନ

Jul 07, 2026 - 15:01
ଇଣ୍ଡୋନେସିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ 'ବିତାଙ୍ଗ ଆଦିପୁର୍ଣ୍ଣ' ପ୍ରଦାନ

ଜାକର୍ତ୍ତା : ଇଣ୍ଡୋନେସିଆ ଗସ୍ତର ପ୍ରଥମ ଦିନରେ ଆଜି ଜକାର୍ତ୍ତାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦୀଙ୍କୁ ସେଠାରେ ଅତ୍ୟନ୍ତ ଭବ୍ୟ ଓ ସ୍ୱାଗତ କରାଯାଇଥିଲା । ବିମାନବନ୍ଦରରେ ରାଷ୍ଟ୍ରପତି ପ୍ରବୋଭୋ ନିଜେ ଉପସ୍ଥିତ ରହି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଆଲିଙ୍ଗନ କରି ଆନ୍ତରିକତାର ସହ ସ୍ୱାଗତ ଜଣାଇଥିଲେ । ଏହାପରେ ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋଓ ସୁବିୟାଣ୍ଟୋ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପ୍ରଦାନ କରାଯାଇଛି । ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ ହେବା ପରେ, ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ଏହି ସମ୍ମାନ କୋଟି କୋଟି ଭାରତୀୟ ଙ୍କର। ଏହା ଇଣ୍ଡୋନେସିଆର ଲୋକଙ୍କ ଭାବନା ଏବଂ ଭାରତ ତଥା ଇଣ୍ଡୋନେସିଆ ମଧ୍ୟରେ ଐତିହାସିକ ଏବଂ ଗଭୀର ସମ୍ପର୍କ ପ୍ରତି ଏକ ସମ୍ମାନ। 

ଦୁଇ ନେତାଙ୍କ ମଧ୍ୟରେ ହୋଇଥିବା ଏହି ଐତିହାସିକ ସାକ୍ଷାତ ମଧ୍ୟରେ ଭାରତ ଏବଂ ଇଣ୍ଡୋନେସିଆ ମଧ୍ୟରେ ସୁପରସୋନିକ୍ କ୍ରୁଜ୍ ମିସାଇଲ୍ ‘ବ୍ରହ୍ମୋସ’କୁ ନେଇ ଏକ ବଡ଼ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି । ଏହାସହ  ଅନେକ ବଡ଼ବଡ଼ ଚୁକ୍ତି ହୋଇଛି । ଯେଉଁଥିରେ ଇଭିଏମ ନିର୍ମାଣରେ ସହାୟତା, ବ୍ରହ୍ମୋସ କ୍ଷେପଣାସ୍ତ୍ର ପାଇଁ ବ୍ୟାଟେରୀ ଏବଂ ସବାଙ୍ଗ ବନ୍ଦରର ବିକାଶ ଆଦି ରହିଛି । ଏହାପରେ ଦୁଇ ପ୍ରମୁଖ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ଏକ ଉଚ୍ଚସ୍ତରୀୟ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ପ୍ରତିରକ୍ଷା, ବାଣିଜ୍ୟ ଏବଂ ସାମୁଦ୍ରିକ ସୁରକ୍ଷା ସହ ଜଡ଼ିତ ଅନେକ ବଡ଼ ରାଜିନାମାକୁ ଚୂଡ଼ାନ୍ତ ରୂପ ଦିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ ଇଣ୍ଡୋନେସିଆ ସହିତ ଉତ୍ତମ ସମ୍ପର୍କ ଉପରେ ଗୁରୁତ୍ୱାରୋପ କରିଛନ୍ତି । 

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।