ଏନ୍ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍ଆଇଆର୍
ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ ଜଗତସିଂହପୁର ଥାନାରେ ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଏବଂ ARSS କମ୍ପାନୀର ପ୍ରୋଜେକ୍ଟ ମ୍ୟାନେଜରଙ୍କ ବିରୋଧରେ ଏଫ୍ଆଇଆର୍ ରୁଜୁ ହୋଇଛି।
ଜଗତସିଂହପୁର ଉପଜିଲାପାଳ ଏହି ମାମଲାରେ ଜଗତସିଂହପୁର ଥାନାରେ ଲିଖିତ ଏତଲା ଦାଖଲ କରିଛନ୍ତି। ନିର୍ମାଣ କାର୍ଯ୍ୟରେ ଅବହେଳା, ନିର୍ଦ୍ଧାରିତ ସମୟ ମଧ୍ୟରେ କାମ ଶେଷ ନ କରିବା ଏବଂ ନିମ୍ନମାନର କାର୍ଯ୍ୟ କରାଯାଇଥିବା ଅଭିଯୋଗ ଆଧାରରେ ଏହି ଏତଲା ଦାଖଲ କରାଯାଇଛି।
ସମ୍ପ୍ରତି ଜିଲାପାଳ ଏବଂ ଜିଲା ପୋଲିସ ଅଧୀକ୍ଷକ (ଏସ୍ପି) ଜାତୀୟ ରାଜପଥ–୫୫ର ନିର୍ମାଣାଧୀନ ଅଞ୍ଚଳ ପରିଦର୍ଶନ କରି କାର୍ଯ୍ୟର ସ୍ଥିତି ସମୀକ୍ଷା କରିଥିଲେ। ପରିଦର୍ଶନ ସମୟରେ କାମର ଅଗ୍ରଗତି ସନ୍ତୋଷଜନକ ନ ଥିବା ସହ ନିର୍ମାଣର ମାନକୁ ନେଇ ମଧ୍ୟ ଗୁରୁତର ତ୍ରୁଟି ପରିଲକ୍ଷିତ ହୋଇଥିଲା।
ପରେ ପ୍ରଶାସନ ପକ୍ଷରୁ ଘଟଣାକୁ ଗୁରୁତ୍ୱର ସହ ନେଇ ସମ୍ପୃକ୍ତ ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ARSS କମ୍ପାନୀର ପ୍ରୋଜେକ୍ଟ ମ୍ୟାନେଜରଙ୍କ ବିରୋଧରେ ଜଗତସିଂହପୁର ଥାନାରେ ଏଫ୍ଆଇଆର୍ ଦାଖଲ କରାଯାଇଛି। ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
Dharitri – Odisha’s No.1 Odia Daily
The post ଏନ୍ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍ଆଇଆର୍ appeared first on Dharitri Odia News.
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।