ଏହି ରାଶିର ବ୍ୟକ୍ତି ଆର୍ଥିକ ଠକାମିରେ ପଡ଼ି ପାରନ୍ତି

Jun 24, 2026 - 20:43
ଏହି ରାଶିର ବ୍ୟକ୍ତି ଆର୍ଥିକ ଠକାମିରେ ପଡ଼ି ପାରନ୍ତି

ମେଷ : ସପ୍ତମ ଚନ୍ଦ୍ର, ଗୁରୁବାର ଏକାଦଶୀ ତିଥି ଯୋଗୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ବଚନରେ ମଧୁରତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଦାମ୍ପତ୍ୟ ଜୀବନରେ ମଧୁରତା ଏବଂ ସମସ୍ତଙ୍କୁ ନିଜର କରିବାରେ ସମର୍ଥ ହେବେ । ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ କିମ୍ବା ପୁତ୍ରକନ୍ୟା, ଭାତୃଭଗ୍ନିଙ୍କ ବୈବାହିକ କର୍ମରେ ବ୍ୟସ୍ତ ରହିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପାଇବେ । ଯେଉଁମାନଙ୍କର ଅଶ୍ୱିନୀ ଓ କୃତ୍ତିକା ମେଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଗେରୁଆ, ସଂଖ୍ୟା : ୯, ଆରାଧନା : ପ୍ରଭୁ ହନୁମାନ ।

ବୃଷ : ଷଷ୍ଠ ଚନ୍ଦ୍ର, ସ୍ୱାତୀ ନକ୍ଷତ୍ର ଭୋଗ ହେଉଥିବାରୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ସାମୟିକ ମୁକ୍ତି ମିଳିବ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର କୃତ୍ତିକା ଓ ମୃଗଶିରା ବୃଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।

ମିଥୁନ : ପଞ୍ଚମ ଚନ୍ଦ୍ର ଓ ଘାତ ନକ୍ଷତ୍ର ଯୋଗୁ ସମସ୍ତ କର୍ମରେ ଶୁଭଫଳ ମିଳିଲେ ମଧ୍ୟ ମନ ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି ଓ ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ନୂତନ ବିଦ୍ୟା ଓ କଳାରେ ନିଜର ପରାକାଷ୍ଟା ପ୍ରଦର୍ଶନ କରିବେ । ପାରିବାରିକ ବିବାଦ ଓ ପୈତୃକ ସମ୍ପତ୍ତିକୁ ନେଇ ଥିବା ବବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ସ୍ୱଳ୍ପ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ମୃଗଶିରା ଓ ପୁନର୍ବସୁ ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ସବୁଜ, ସଂଖ୍ୟା : ୪, ଆରାଧନା : ମା’ ତ୍ରିପୁର ସୁନ୍ଦରୀ ।

କର୍କଟ : ଶୁକ୍ଳପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅନ୍ୟଠାରୁ ଆଣିଥିବା ଧନ ଫେରାଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ଅଶ୍ଲେଷା କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୩, ଆରାଧନା : ମା’ ସମଲେଶ୍ୱରୀ ।

ସିଂହ : ତୃତୀୟ ଚନ୍ଦ୍ର, ଗୁରୁବାର ଯୋଗୁ ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ ଏବଂ ଭାଇଭଉଣୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ଗ୍ରହଣ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସମସ୍ତ କର୍ମ ଆଜି ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ମଘା ଓ ଉତ୍ତରାଫାଲ୍ଗୁନୀ ସିଂହ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୩, ଆରାଧନା : ମା’ ମାଣିକେଶ୍ୱରୀ ।

କନ୍ୟା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଆର୍ଥିକ ସ୍ଥିତିରେ ଉନ୍ନତି, ବ୍ୟବସାୟରେ ପ୍ରଗତି, କର୍ମରେ ଉନ୍ନତି ଏବଂ ଆୟର ନୂତନ ମାର୍ଗ ଖୋଲିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ଅନ୍ୟକୁ ଦେଇଥିବା ଧନ ଓ ହୃତଧନ ଫେରିପାଇବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ସହକର୍ମୀଙ୍କ ସହଯୋଗ ମିଳିବ । ଯେଉଁମାନଙ୍କର ଉତ୍ତରାଫାଲ୍ଗୁନୀ ଓ ଚିତ୍ରା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ଭଗବାନ ବିଷ୍ଣୁ ।

ତୁଳା : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଆମୋଦପ୍ରମୋଦ, ମଉଜ ମଜଲିସ୍ରେ ଅଧିକ ଆଗ୍ରହ ରହିବ ଏବଂ ନୂତନ ଭୂମିପୂଜା, ଗୃହ ପ୍ରତିଷ୍ଠା, ଗୃହାରମ୍ଭ ଆଦି ଶୁଭକର୍ମର ଆୟୋଜନ କରିବେ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନ ଆଦୃତ ହେବ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ସହକର୍ମୀ, ସହଯୋଗୀ ଓ ପରିବାର ସଦସ୍ୟଙ୍କ ସାହାଯ୍ୟ, ସହଯୋଗ ମିଳିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ପରିଶ୍ରମ ତୁଳନାରେ ଅଧିକ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଚିତ୍ରା ଓ ବିଶାଖା ତୁଳା, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ଧଳା, ସଂଖ୍ୟା : ୬, ଆରାଧନା : ମା’ ଛିନ୍ନମସ୍ତା ।

ବିଛା : ଶୁକ୍ଳପକ୍ଷର ଦ୍ୱାଦଶ ଚନ୍ଦ୍ର ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଆୟ ପାଞ୍ଚ ଟଙ୍କା ହେଲେ ବ୍ୟୟ ପଚିଶ ଟଙ୍କା ହେବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ନିଶ୍ଚିତତାକୁ ପରିତ୍ୟାଗ କରି ଅନିଶ୍ଚିତତା ପଛରେ ପଶ୍ଚାତ୍ଧାବନ କରିବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ ଏବଂ କର୍ମରେ ବିଫଳତା ଏବଂ କର୍ମପ୍ରତି ଅନାଗ୍ରହ ଭାବ ପ୍ରକାଶ ପାଇବ । ଯେଉଁମାନଙ୍କର ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ, ସଂଖ୍ୟା : ୧୧, ଆରାଧନା : ମା’ ବଗଳାମୁଖୀ ।

ଧନୁ : ଏକାଦଶ ଚନ୍ଦ୍ର, ଏକାଦଶୀ ତିଥି, ଗୁରୁବାର ଯୋଗୁ ଭାଗ୍ୟରେ, କର୍ମରେ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଧନର ସତ୍ବିନିଯୋଗ କରିବେ ଏବଂ ଆୟର କିଛି ଅଂଶ କୌଣସି ଆର୍ଥିକ ସଂସ୍ଥାରେ ନିବେଶ କରିବେ । ନୂତନ କର୍ମାରମ୍ଭ, ବ୍ୟବସାୟ ଆରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପା ଲାଭ କରିବେ । ଯେଉଁମାନଙ୍କର ମୂଳା ଓ ଉତ୍ତରାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୭, ଆରାଧନା : ପ୍ରଭୁ ଗଜାନନ ।

ମକର : ଦଶମ ଚନ୍ଦ୍ର ଯୋଗୁ ଭାଗ୍ୟ ଅପେକ୍ଷା କର୍ମରେ ଅଧିକ ବିଶ୍ୱାସ ଓ ଗୁରୁତ୍ୱ ରହିବ ଏବଂ ବ୍ୟବସାୟ ଅପେକ୍ଷା କର୍ମରେ ଅଧିକ ସଫଳତା ମିଳିବ । ମନରେ ସତ୍ଚିନ୍ତା, ସତ୍ଭାବନା ପ୍ରକାଶ ପାଇବ ଏବଂ ସତ୍କର୍ମରେ ଅଧିକ ଆଗ୍ରହ ରହିବ । ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଓ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ମଧ୍ୟମ ହେବ ଏବଂ କର୍ମରେ ସଫଳତା ଓ ସମ୍ମାନ ଶୀର୍ଷରେ ରହିବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଓ ଧନିଷ୍ଠା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୬, ଆରାଧନା : ମା’ ଦୁର୍ଗା ।

କୁମ୍ଭ : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନସମ୍ପର୍କ ବୃଦ୍ଧି ପାଇବ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଗୁରୁଜନଙ୍କ ପ୍ରତି ସମ୍ମାନ, ପରିବାର ସଦସ୍ୟଙ୍କ ମଧ୍ୟରେ ଆନ୍ତରିକତା, ମହତ୍ ବ୍ୟକ୍ତିଙ୍କ ପ୍ରତି ଶ୍ରଦ୍ଧା ଏବଂ ସମସ୍ତଙ୍କର ଶ୍ରଦ୍ଧାଭାଜନ ହେବେ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ କର୍ମରେ ଅଧିକ ଆଗ୍ରହ ରହିବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ କର୍ମରେ ସଫଳତା ଓ ପଦସ୍ଥ ଅଧିକାରୀଙ୍କ ଶୁଭଦୃଷ୍ଟିରେ ରହିବେ । ଯେଉଁମାନଙ୍କର ଧନିଷ୍ଠା ଓ ପୂର୍ବଭାଦ୍ର କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ମୀନ : ଅଷ୍ଟମ ଚନ୍ଦ୍ର ଓ ରାହୁଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର, ଉଚ୍ଚସ୍ଥାନ ଆରୋହଣ, ଗ୍ୟାସ୍, ଇଲେକ୍ଟ୍ରିକ୍ ଦ୍ରବ୍ୟ ବ୍ୟବହାର ଏବଂ ଯାନବାହନ ଆରୋହଣ କାଳରେ ସତର୍କତା ଅବଲମ୍ବନ କରିବେ । ମନ ଅସ୍ଥିର, ବିଷାଦଗ୍ରସ୍ତ ରହିବ ଏବଂ ଶାରୀରିକ ପୀଡ଼ା ଭୋଗିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ପ୍ରଭାବିତ ହେବ । ବାଣିଜ୍ୟ, ବ୍ୟବସାୟ, ପରିବହନରେ କ୍ଷତି ପହଞ୍ଚିବ ଏବଂ କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଦେବ । ଯେଉଁମାନଙ୍କର ପୂର୍ବଭାଦ୍ର ଓ ରେବତୀ ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଗୋଲାପି, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩