23 JULY 2026

Welcome!

Unlock your personalized experience.
Sign Up

ଏହି ରାଶିର ବ୍ୟକ୍ତି ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି

Jul 22, 2026 - 22:33
ଏହି ରାଶିର ବ୍ୟକ୍ତି ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି

ମେଷ : ସପ୍ତମ ଚନ୍ଦ୍ର ଗୁରୁବାର ନବମୀ ତିଥି ଯୋଗୁ ଏବଂ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ମୂଲ୍ୟବାନ ଧାତୁ, ବସନଭୂଷଣ, ସୌଖୀନ ଘରୋଇ ଉପକରଣ କ୍ରୟ କରିବେ ଏବଂ ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ । ମାନସିକ, ପାରିବାରିକ ଶାନ୍ତି, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିଚିତ ମହିଳା ଓ ସହଧର୍ମିଣୀଙ୍କ ସହଯୋଗ ମିଳିବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ମହିଳା ସହକର୍ମୀଙ୍କ ସାହାଯ୍ୟ, ସହଯୋଗ ପ୍ରାପ୍ତ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ- ଗୋଲାପୀ, ସଂଖ୍ୟା-୩, ଆରାଧନା - ପ୍ରଭୁ ହନୁମାନ ।

ବୃଷ : ଷଷ୍ଠ ଚନ୍ଦ୍ର ଯୋଗୁ ରୋଗ, ଋଣ, ଦୁଃଖ, ଶୋକ, କ୍ଳେଶ, ମାନସିକ ଅବସାଦରୁ ମୁକ୍ତି ମିଳିବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ଓ ସର୍ବଜନାଦୃତ ହେବ । ଶତ୍ରୁମାନେ ବଶୀଭୂତ ହେବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସାହାଯ୍ୟ ସହଯୋଗ ପାଇବେ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ - ଧଳା, ସଂଖ୍ୟା - ୨, ଆରାଧନା – ମା’ କମଳା ।

ମିଥୁନ : ପଞ୍ଚମ ଚନ୍ଦ୍ର ଯୋଗୁ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତିର ବିକାଶ ଘଟିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ । ମନରେ ପ୍ରସନ୍ନତା, ଚାଲିଚଳନାରେ ସଂଯମତା, ବଚନରେ ମଧୁରତା ଏବଂ ପିତାମାତାଙ୍କ କୃପାଲାଭ କରିବେ । ପାରିବାରିକ ବିବାଦ, ପୈତୃକ ସମ୍ପତ୍ତିକୁ ନେଇ ଥିବା ବିବାଦର ସମାଧାନ ହେବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମ୍ମାନ ମିଳିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ-ସବୁଜ, ସଂଖ୍ୟା-୮, ଆରାଧନା – ଭଗବାନ ବିଷ୍ଣୁ ।

କର୍କଟ : କୃଷ୍ଣପକ୍ଷର ଚତୁର୍ଥ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା, ଯାନବାହନରେ ଖର୍ଚ୍ଚାନ୍ତ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ ଏବଂ ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବିଘ୍ନ ଦେଖାଯିବ ଏବଂ ମନରେ ହତୋତ୍ସାହ ଭାବ ପ୍ରକାଶ ପାଇବ । ବାଣିଜ୍ୟ ବ୍ୟବସାୟ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ପଦସ୍ଥ ଅଧିକାରୀଙ୍କ ରୋଷର ଶିକାର ହେବେ । ଯେଉଁମାନଙ୍କର ପୁନର୍ବସୁ କର୍କଟ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ-ଲାଲ୍, ସଂଖ୍ୟା-୩, ଆରାଧନା –ମା’ ସମଲେଶ୍ୱରୀ ।

ସିଂହ : ଶ୍ରୀଚନ୍ଦ୍ର, ଗୁରୁବାର ଓ ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ସ୍ୱଜନ, ପରିଜନ, ବନ୍ଧୁବାନ୍ଧବଙ୍କ ସହଯୋଗ ମିଳିବ ଏବଂ ପାରିବାରିକ ବିବାଦ ଏବଂ ଭାଇଭଉଣୀଙ୍କ ସହ ଥିବା ବିବାଦର ସମାଧାନ ହେବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଆୟର ନୂତନ ମାର୍ଗ ଉନ୍ମୁକ୍ତ ହେବ । ଯେଉଁମାନଙ୍କର ପୂର୍ବା ଫାଲଗୁନୀ ସିଂହ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ-ଧଳା, ସଂଖ୍ୟା-୬, ଆରାଧନା – ମା’ ମାଣିକେଶ୍ୱରୀ ।

କନ୍ୟା : ଶୁକ୍ଳପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନ ଓ ଆୟ ପ୍ରତି ମନରେ ଦୁର୍ବଳତା ପ୍ରକାଶ ପାଇବ ଏବଂ ଧନ ଓ ଆୟ ଯେତେ ଅଧିକ ମିଳିଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ମିଳିବ ନାହିଁ । ଧନର ସତ୍ବିନିଯୋଗ କରିବେ ଏବଂ ଉନ୍ନତିମୂଳକ କର୍ମରେ କିମ୍ବା ସଞ୍ଚୟରେ ଧନର ବିନିଯୋଗ କରିବେ । ଅନ୍ୟକୁ ଦେଇଥିବା ଧନ, ହୃତଧନ ଫେରିପାଇବେ ଏବଂ ନୂତନ ବ୍ୟବସାୟ ପାଇଁ ଚୁକ୍ତିବଦ୍ଧ ହେବେ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ମିଳିଲେ ମଧ୍ୟ ସମସ୍ୟା ଦେଖାଯିବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ-ସବୁଜ, ସଂଖ୍ୟା-୪, ଆରାଧନା – ମା’ ତ୍ରିପୁରସୁନ୍ଦରୀ ।

ତୁଳା : ଘାତବାର ଓ ଶ୍ରୀଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ଲକ୍ଷ୍ମୀଙ୍କର କୃପା, ବନ୍ଧୁବାନ୍ଧବଙ୍କ ସହ ସଦ୍ଭାବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ମାର୍ଜିତ ହେବ ଏବଂ ଆମୋଦପ୍ରମୋଦ, ମଉଜ ମଜଲିସରେ ଅଧିକ ଆଗ୍ରହ ରହିବ । ପୁତ୍ର, କନ୍ୟା, ଭ୍ରାତୃ, ଭଗ୍ନୀଙ୍କର ବୈବାହିକ କର୍ମର ଆୟୋଜନ କରିବେ ଏବଂ ପରିବାର ପ୍ରତି ଅଧିକ ଧ୍ୟାନ ଦେବେ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । କର୍ମରେ ସ୍ୱଳ୍ପ ପରିଶ୍ରମରେ ଅଧିକ ସଫଳତା ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୪, ଆରାଧନା : ପ୍ରଭୁ ଶ୍ରୀରାମ ।

ବିଛା : ଦ୍ୱାଦଶ ଚନ୍ଦ୍ର ସକାଳ ୭ଟା ୪୦ ମିନିଟ୍ ପରେ ଘାତତିଥି ଯୋଗୁ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ ଏବଂ ଅପମାନ, ଅପଯଶ, ଅପନିନ୍ଦା ମିଳିବ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଠିକ୍ ସମୟରେ ଠିକ୍ ନିଷ୍ପତ୍ତି ନେବାରେ ଅସମର୍ଥ ହେବେ ଏବଂ ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଖର୍ଚ୍ଚଭାରରେ ଅତିଷ୍ଠ ହୋଇ ଋଣଗ୍ରସ୍ତ ହେବେ । ବାଣିଜ୍ୟ ବ୍ୟବସାୟ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ବିଶାଖା ବିଛା, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୧୧, ଆରାଧନା : ମା’ ଚଣ୍ଡୀ ।

ଧନୁ : ଏକାଦଶ ଚନ୍ଦ୍ର ଗୁରୁବାର ବୃହସ୍ପତିଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟରେ, କର୍ମରେ ଓ ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ମହତ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ପରିବେଶ, ପରିସ୍ଥିତି, ସମୟ ଆପଣଙ୍କ ସପକ୍ଷରେ ଯିବ । ବାଣିଜ୍ୟ ବ୍ୟବସାୟରେ ଉନ୍ନତି, କର୍ମରେ ପ୍ରଗତି ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ମନରେ ଉନ୍ନତ ଚିନ୍ତାଧାରା, ଉଚ୍ଚାଭିଳାଷ ପ୍ରକାଶ ପାଇବ ଏବଂ ଉନ୍ନତିମୂଳକ କର୍ମରେ ଧନ ଓ ଧ୍ୟାନ ଉଭୟ ବିନିଯୋଗ କରିବେ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । ଯେଉଁମାନଙ୍କର ପୂର୍ବାଷାଢ଼ା ଧନୁ, ସେମାନେ ସୁଫଳ ପାଇବେ ।

ଶୁଭ ରଙ୍ଗ: ଗୋଲାପୀ, ସଂଖ୍ୟା : ୭, ଆରାଧନା : ମା’ ଚଣ୍ଡୀ ।

ମକର : ଦଶମ ଚନ୍ଦ୍ର ଓ ସକାଳ ୭ଟା ୦୪ ମିନିଟ୍ ପରେ ଦଶମୀ ତିଥି ଯୋଗୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତ କର୍ମରେ ସ୍ୱଚ୍ଛତା ଓ ସମୟାନୁବର୍ତ୍ତିତା ଆପଣାଇବେ । କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମରେ ଆଶାଠାରୁ ଅଧିକ ସଫଳତା ମିଳିବ । ଚାଲିଚଳନ, ବ୍ୟବହାର ମାର୍ଜିତ ହେବ ଏବଂ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ମଧ୍ୟମ ହେବ ଏବଂ ଦେହ, ମନ ସୁସ୍ଥ ରହିବ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : କଫି, ସଂଖ୍ୟା : ୧୧, ଆରାଧନା : ମା’ ବିମଳା ।

କୁମ୍ଭ : ଘାତବାର ଓ ନବମ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା, ଜନ ସମ୍ପର୍କ ବୃଦ୍ଧି ପାଇବ ଏବଂ କୌଣସି ସଭା କିମ୍ବା ସଙ୍ଗଠନର ନେତୃତ୍ୱ ମିଳିବ । ଗୁରୁଜନଙ୍କ କୃପା, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହାୟତା, ରାଜନୈତିକ ବ୍ୟକ୍ତିଙ୍କ ଶୁଭଦୃଷ୍ଟିରେ ରହିବେ ଏବଂ ପରୋପକାର, ସମାଜସେବା, ଧାର୍ମିକ କର୍ମରେ ଅଧିକ ଆଗ୍ରହ ରହିବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ଧନ, ସମ୍ପଦ ବୃଦ୍ଧି ପାଇବ । ବାଣିଜ୍ୟ ବ୍ୟବସାୟ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ଶତଭିଷା କୁମ୍ଭ, ସେମାନେ ଉପକୃତ ହେବେ ।

ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୩, ଆରାଧନା : ମା’ ଦୁର୍ଗା ।

ମୀନ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ, ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ମନ ଅସ୍ଥିର, ବିଷାଦଗ୍ରସ୍ତ, ଚାପଗ୍ରସ୍ତ ରହିବ । ଆୟ ୫ ଟଙ୍କା ହେଲେ ବ୍ୟୟ ୨୫ ଟଙ୍କା ହେବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ସମସ୍ତ କର୍ମରେ ଭୁଲ୍ ନିଷ୍ପତ୍ତି ନେବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ବାଣିଜ୍ୟ ବ୍ୟବସାୟ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର ମୀନ, ସେମାନେ ସତର୍କ ହେବେ ।

ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।

ଜ୍ୟୋତିର୍ବିଦ୍ : କୈଳାସ ଦାଶ

ଯୋଗାଯୋଗ : ୯୪୩୭୧୩୩୪୭୩

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।