ଏହି ରାଶିର ବ୍ୟକ୍ତିଙ୍କ ବ୍ୟବସାୟରେ ଆୟ ଅଧିକ ହେବ
ମେଷ : କୃଷ୍ଣପକ୍ଷର ଦ୍ୱାଦଶ ଚନ୍ଦ୍ର, ମଙ୍ଗଳବାର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ସମସ୍ତ ଅସମ୍ପୂର୍ଣ୍ଣ କର୍ମକୁ ପୂର୍ଣ୍ଣାଙ୍ଗ ରୂପ ଦେବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର କମ୍ ରହିବ ଏବଂ ଖର୍ଚ୍ଚ କରିବାରେ ଟାଳଟୁଳ ନୀତି ଅବଲମ୍ବନ କରିବେ । ମୂଲ୍ୟବାନ ଧାତୁ, ଭୂମି, ଯାନବାହନ କ୍ରୟ କରିବେ ଏବଂ ଉନ୍ନତିମୂଳକ କର୍ମରେ ଧନର ବିନିଯୋଗ କରିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ଆୟର କିଛି ଅଂଶ ସଞ୍ଚୟରେ ବିନିଯୋଗ କରିବେ । କର୍ମରେ ସଫଳତା ଓ ସମସ୍ତ କର୍ମ ଆପଣଙ୍କ ପାଇଁ ସହଜ ହେବ । ଯେଉଁମାନଙ୍କର ଦ୍ୱିଜା ମେଷ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୩, ଆରାଧନା : ପ୍ରଭୁ ଶ୍ରୀଜଗନ୍ନାଥ ।
ବୃଷ : କୃଷ୍ଣପକ୍ଷର ଏକାଦଶ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଧନ, ସମ୍ପଦ ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଆକସ୍ମିକ ଧନଲାଭ, କୌଣସି ବିଶେଷ ସୂତ୍ରରୁ ଧନପ୍ରାପ୍ତି ଏବଂ ବିଭିନ୍ନ ଉତ୍ସରୁ ଧନପ୍ରାପ୍ତି ହେବ । ଧନ ସଞ୍ଚୟ କରିବା ପାଇଁ ଏବଂ ଆର୍ଥିକ ସଂସ୍ଥାରେ ଧନର ନିବେଶ କରିବା ପାଇଁ ଆଜିର ଦିନଟି ଆପଣଙ୍କୁ ଶୁଭଫଳ ଦେବ । ନୂତନ କର୍ମାରମ୍ଭ, ବ୍ୟବସାୟାରମ୍ଭ, ବିଦେଶ ଯାତ୍ରାର ସୁଯୋଗ ଜୁଟିବ ଏବଂ ସମସ୍ତଙ୍କର ଶ୍ରଦ୍ଧାର ପାତ୍ର ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ରୋହିଣୀ ବୃଷ, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : କଫି, ସଂଖ୍ୟା : ୧୨, ଆରାଧନା : ପ୍ରଭୁ ଶ୍ରୀରାମ ।
ମିଥୁନ : ଦଶମ ଚନ୍ଦ୍ର ଓ ଷଷ୍ଠୀ ତିଥି ଏବଂ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଅସମ୍ଭବକୁ ସମ୍ଭବ କରିବାରେ ସମର୍ଥ ହେବେ ଏବଂ ସମସ୍ତ ଆଶା, ଆକାଂକ୍ଷା, ଅଭିଳାଷ ପୂର୍ଣ୍ଣ ହେବ । କର୍ମରେ ଉନ୍ନତି, କର୍ମ ପ୍ରତି ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବ ଏବଂ ସମସ୍ତ କର୍ମକୁଶଳତା, କର୍ମତତ୍ପରତା ଓ କାର୍ଯ୍ୟଦକ୍ଷତା ପ୍ରକାଶ ପାଇବ । ଆଜି ଯେକୌଣସି କର୍ମ କରିବେ, ସେଥିରେ ଶତପ୍ରତିଶତ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଯାହା ହେଲେ ମଧ୍ୟ ମନରେ ଆତ୍ମସନ୍ତୋଷ, ଆତ୍ମତୃପ୍ତି ରହିବ । ଯେଉଁମାନଙ୍କର ଆର୍ଦ୍ରା ମିଥୁନ, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୮, ଆରାଧନା : ମା’ ଛିନ୍ନମସ୍ତା ।
କର୍କଟ : କୃଷ୍ଣପକ୍ଷର ନବମ ଚନ୍ଦ୍ର ଘାତତିଥି ଯୋଗୁ ବାଦବିବାଦ, ସ୍ୱାସ୍ଥ୍ୟ, ଆର୍ଥିକ କାରବାର କଲାବେଳେ ସତର୍କତା ଅବଲମ୍ବନ କରିବେ ଏବଂ ସ୍ୱଜନ, ପରିଜନ, ବନ୍ଧୁବାନ୍ଧବ, ପଦସ୍ଥ ଅଧିକାରୀଙ୍କ ସହ କଥାବାର୍ତ୍ତା ବେଳେ ଯଥାସମ୍ଭବ ବାକ୍ ସଂଯମତା ରକ୍ଷା କରିବେ । ମାନ, ସମ୍ମାନ ହାନି, ମାନସିକ ଦୁଶ୍ଚିନ୍ତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ନିଜର ପ୍ରିୟବନ୍ଧୁ କିମ୍ବା ପୁରାତନ ବନ୍ଧୁଙ୍କଠାରୁ ଅପମାନ ମିଳିବ । ଉନ୍ନତିମୂଳକ କର୍ମରେ ପ୍ରତିବନ୍ଧକ, ଧାର୍ମିକ କର୍ମରେ ବାଧା ଉପୁଜିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ଶତ୍ରୁବୃଦ୍ଧି ଘଟିବ । ଯେଉଁମାନଙ୍କର ପୁନର୍ବସୁ ଓ ଅଶ୍ଳେଷା କର୍କଟ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ସିଲ୍ଭର, ସଂଖ୍ୟା : ୫, ଆରାଧନା : ମା’ ଭୁବନେଶ୍ୱରୀ ।
ସିଂହ : ଅଷ୍ଟମ ଚନ୍ଦ୍ର ଯୋଗୁ ମନରେ ବିରକ୍ତିଭାବ ଓ ଚିଡ଼ିଚିଡ଼ାପଣ ପ୍ରକାଶ ପାଇବ ଏବଂ ଚାଲିଚଳନ, ବ୍ୟବହାର, କଥାବାର୍ତ୍ତା ବିବାଦୀୟ ହେବ । ଅଯଥା ଖର୍ଚ୍ଚ୍, ବଦ୍ଖର୍ଚ୍ଚ, ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବ ଏବଂ ଆର୍ଥିକ ସ୍ଥିତି ବିଗିଡ଼ିଯିବ । ଉଚିତ୍ କର୍ମରୁ ବିଚ୍ୟୁତ ହୋଇ ଅନୁଚିତ୍ କର୍ମରେ ଆଗ୍ରହ ରଖିବେ ଏବଂ ବିନା କାରଣରେ ବହୁତ ବ୍ୟସ୍ତ ରହିବେ । ଅଯଥା ଖର୍ଚ୍ଚ, ବୃଥା ଭ୍ରମଣ ଲାଗି ରହିବ ଏବଂ ସତ୍ସଙ୍ଗ ପରିତ୍ୟାଗ କରି କୁସଙ୍ଗରେ ପଡ଼ିବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମରେ ଅଯଥା ବିଳମ୍ବ ଦେଖାଯିବ । ଯେଉଁମାନଙ୍କର ଉତ୍ତରା ଫାଲଗୁନୀ ସିଂହ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୬, ଆରାଧନା : ମା’ ମାଣିକେଶ୍ୱରୀ ।
କନ୍ୟା : ସପ୍ତମ ଚନ୍ଦ୍ର ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ମନରେ ପ୍ରସନ୍ନତା, ଶରୀରରେ ସୁସ୍ଥତା, ପରିବାରରେ ମିତ୍ରତା, ସମସ୍ତଙ୍କ ସହ ବନ୍ଧୁତା, ଚାଲିଚଳନରେ ସଂଯମତା, ଦାମ୍ପତ୍ୟ ଜୀବନରେ ମଧୁରତା ଆସିବ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ଉତ୍ତମ ବୁଝାମଣା ରହିବ । ପରିଚିତ ମହିଳାଙ୍କଠାରୁ ସାହାଯ୍ୟ, ସହଯୋଗ ଓ ଧନ ମିଳିବ ଏବଂ ଆର୍ôଥକ ସ୍ଥିତିରେ ସୁଧାର ଆସିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା, ଉଚ୍ଚ ସମ୍ମାନ, ଉଚ୍ଚ ପଦବୀ ପ୍ରାପ୍ତ ହେବ । ଯେଉଁମାନଙ୍କର ହସ୍ତା କନ୍ୟା, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ମେରୁନ୍, ସଂଖ୍ୟା : ୧୨, ଆରାଧନା : ମା’ ଷୋଡ଼ଶୀ ।
ତୁଳା : ଷଷ୍ଠ ଚନ୍ଦ୍ର, ଷଷ୍ଠୀ ତିଥି ଓ ବୁଧଙ୍କ ନକ୍ଷତ୍ର ଭୋଗ ହେଉଥିବାରୁ ଭାଗ୍ୟ, କର୍ମ, ଆର୍ଥିକ ଅବସ୍ଥାରେ ଉନ୍ନତି ଆସିବ ଏବଂ ଯଶ, ସମ୍ମାନ, ସାମାଜିକ ପ୍ରତିଷ୍ଠା ଓ ଜନ ସମ୍ପର୍କ ବୃଦ୍ଧି ପାଇବ । ପୁରାତନ ରୋଗରୁ ଆରୋଗ୍ୟ ଲାଭ କରିବେ ଏବଂ ଦେହ, ମନ ସୁସ୍ଥ ରହିବ । ଶତ୍ରୁମାନେ ମିତ୍ରତାର ହାତ ବଢ଼ାଇବେ ଏବଂ ଆପଣଙ୍କ ବକ୍ତବ୍ୟରେ ସମ୍ମୋହନର ଶକ୍ତି ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟର ସୁଯୋଗ ଜୁଟିବ । କର୍ମରେ ସଫଳତା ଓ ପ୍ରମୋଶନ ମିଳିପାରେ । ଯେଉଁମାନଙ୍କର ସ୍ୱାତୀ ତୁଳା, ସେମାନେ ଉପକୃତ ହେବେ ।
ଶୁଭ ରଙ୍ଗ : ନୀଳ, ସଂଖ୍ୟା : ୨, ଆରାଧନା : ମା’ କମଳା ।
ବିଛା : କୃଷ୍ଣପକ୍ଷର ପଞ୍ଚମ ଚନ୍ଦ୍ର ଘାତଚନ୍ଦ୍ର ଯୋଗୁ ଅପମାନ, ଅପଯଶ, ଅପନିନ୍ଦା ମିଳିବ ଏବଂ ଅପବ୍ୟୟ, ଅପବାଦ, ଅପଯଶର ଶିକାର ହେବେ । ମନରେ ଦୁଶ୍ଚିନ୍ତା, ଦୁର୍ଭାବନା, ହତୋତ୍ସାହ ଭାବ ପ୍ରକାଶ ପାଇବ ଏବଂ ବିଦ୍ୟା, ବୁଦ୍ଧି, ଜ୍ଞାନ, ଗରିମା, ପ୍ରତ୍ୟୁତ୍ପନ୍ନମତି, ଦୂରଦୃଷ୍ଟି, ଧୀଶକ୍ତି, ସ୍ମରଣ ଶକ୍ତି ହ୍ରାସ ଘଟିବ । ସନ୍ତାନମାନଙ୍କର ଶିକ୍ଷା, ଦୀକ୍ଷା, କର୍ମ, ସ୍ୱାସ୍ଥ୍ୟ, ପିତାମାତାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହେବେ ଏବଂ ପରିବାରର ସମସ୍ତ ସଦସ୍ୟଙ୍କ ମଧ୍ୟରେ ବୁଝାମଣାର ଅଭାବ ରହିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟଠାରୁ ବ୍ୟୟ ଅଧିକ ହେବ । କର୍ମରେ ବିଫଳତା ଓ ସହକର୍ମୀଙ୍କ ଉପହାସର ପାତ୍ର ହେବେ । ଯେଉଁମାନଙ୍କର ବିଶାଖା ଓ ଜ୍ୟେଷ୍ଠା ବିଛା, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଗୋଲାପୀ, ସଂଖ୍ୟା : ୩, ଆରାଧନା : ପ୍ରଭୁ ହନୁମାନ ।
ଧନୁ : ଘାତଚନ୍ଦ୍ର ଯୋଗୁ ଗୁରୁଜନଙ୍କ ସହ ବିବାଦ, କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତ୍ରୁତା ଏବଂ ରାଜନୈତିକ ବ୍ୟକ୍ତିଙ୍କ ଆକ୍ରୋଶର ଶିକାର ହେବେ । ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ ଏବଂ ଶାରୀରିକ ପୀଡ଼ା ଭୋଗିବେ । ଧନକୁ ନେଇ ବିବାଦ ଓ ମାଲିମକଦ୍ଦମାରେ ପଡ଼ିପାରନ୍ତି ଏବଂ ମୂଲ୍ୟବାନ ପଦାର୍ଥ ନଷ୍ଟ କିମ୍ବା ହଜିଯାଇପାରେ । ପୁରାତନ ବିବାଦ, ଜମିଜମା ବିବାଦ ଉଗ୍ରରୂପ ଧାରଣ କରିବ ଏବଂ ଚୌରଭୟ, ବନ୍ଧନ ଭୟ ବିବ୍ରତ କରିବ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ଉତ୍ତରାଷାଢ଼ା ଧନୁ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ଲାଲ୍, ସଂଖ୍ୟା : ୭, ଆରାଧନା : ମା’ ତାରା ।
ମକର : ଘାତବାର ଓ ତୃତୀୟ ଚନ୍ଦ୍ର ଯୋଗୁ ଘାତବାରର ପ୍ରଭାବ ରହିବ ନାହିଁ । ମନରେ ଉତ୍ସାହ, ଉଦ୍ଦୀପନା, ପରିବାରରେ ସୁଖଶାନ୍ତି, ସ୍ୱଜନରେ ସୁସମ୍ପର୍କ, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ଭାଇଭଉଣୀଙ୍କ ପ୍ରତି ସ୍ନେହ, ଶ୍ରଦ୍ଧା, ଆନ୍ତରିକତା ଅଧିକ ରହିବ । ପରିସ୍ଥିତି, ପରିବେଶ, ସମୟ ଆପଣଙ୍କ ସପକ୍ଷରେ ଯିବ ଏବଂ ଦେହ, ମନ ସୁସ୍ଥ ରହିବ । ସୁଖବର, ସୁସମ୍ବାଦ ମିଳିବ ଏବଂ ସମସ୍ତ କର୍ମରେ ସୁଚିନ୍ତିତ ପଦକ୍ଷେପ ନେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ । କର୍ମରେ ସଫଳତା ଓ ସମସ୍ତ କର୍ମରେ ନିଜର ଶ୍ରେଷ୍ଠତା ପ୍ରତିପାଦନ କରିବେ । ଯେଉଁମାନଙ୍କର ଶ୍ରବଣା ମକର, ସେମାନେ ସୁଫଳ ପାଇବେ ।
ଶୁଭ ରଙ୍ଗ : ବାଇଗଣୀ, ସଂଖ୍ୟା : ୧୧, ଆରାଧନା : ମା’ ଦୁର୍ଗା ।
କୁମ୍ଭ : କୃଷ୍ଣପକ୍ଷର ଦ୍ୱିତୀୟ ଚନ୍ଦ୍ର ଯୋଗୁ ଧନକ୍ଷତି, ମାନସିକ ଅସ୍ଥିରତା, ପରିବାରରେ ମନୋମାଳିନ୍ୟ, ସ୍ୱଜନରେ ବିବାଦ, ପଡ଼ୋଶୀଙ୍କ ସହ ତିକ୍ତତା ଏବଂ ଶାରୀରିକ ପୀଡ଼ା ଭୋଗିବେ । ଅଯଥା ଖର୍ଚ୍ଚ, ବଦ୍ଖର୍ଚ୍ଚ ବୃଦ୍ଧି ପାଇବ ଏବଂ ଆର୍ଥିକ ଠକାମିରେ ପଡ଼ିବେ । ଅନ୍ୟଠାରୁ ଆଣିଥିବା ଧନ ଫେରେଇବାରେ ଅସମର୍ଥ ହେବେ ଏବଂ ଅନ୍ୟକୁ ଦେଇଥିବା ଧନ ପାଇବାରେ ବିଫଳ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ କ୍ଷତି ପହଞ୍ଚିବ । କର୍ମରେ ବିଫଳତା ଓ ସମସ୍ତ କର୍ମ କଣ୍ଟକସଦୃଶ ମନେ ହେବ । ଯେଉଁମାନଙ୍କର ପୂର୍ବଭାଦ୍ର କୁମ୍ଭ, ସେମାନେ ସତର୍କ ହେବେ ।
ଶୁଭ ରଙ୍ଗ : ମାଟିଆ, ସଂଖ୍ୟା : ୩, ଆରାଧନା : ମା’ ଚଣ୍ଡୀ ।
ମୀନ : ଶ୍ରୀଚନ୍ଦ୍ର, ମଙ୍ଗଳବାର ଓ ଷଷ୍ଠୀ ତିଥି ଯୋଗୁ ଧନ, ମାନ, ସମ୍ମାନ, ସ୍ୱଜନରେ ସୁସମ୍ପର୍କ, ପରିବାରରେ ସୁଖଶାନ୍ତି, ବନ୍ଧୁବାନ୍ଧବ, ପଡ଼ୋଶୀଙ୍କ ସହ ସଦ୍ଭାବ ଏବଂ ସୁଖାଦ୍ୟ, ସୁବସନ ପ୍ରାପ୍ତି ହେବ । ମନରେ ପ୍ରସନ୍ନତା, ଚାଲିଚଳନରେ ସଂଯମତା, ବଚନରେ ମଧୁରତା ଏବଂ ସମସ୍ତଙ୍କର ମନ ଜିଣିବାରେ ସମର୍ଥ ହେବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଅତି ଉତ୍ତମ ହେବ ଏବଂ ନୂତନ ବ୍ୟବସାୟ କିମ୍ବା ବ୍ୟବସାୟର ଶାଖା ବଢ଼ାଇବା ପାଇଁ ଉଦ୍ୟମ କରିବେ । କର୍ମରେ ସଫଳତା, ସହକର୍ମୀଙ୍କ ସହଯୋଗ ଓ ପଦସ୍ଥ ଅଧିକାରୀଙ୍କ କୃପାଲାଭ କରିବେ । ଯେଉଁମାନଙ୍କର ଉତ୍ତରଭାଦ୍ର ମୀନ, ସେମାନେ ଉପକୃତ ହେବେ । ଶୁଭ ରଙ୍ଗ : ହଳଦିଆ, ସଂଖ୍ୟା : ୫, ଆରାଧନା : ପ୍ରଭୁ ଗଜାନନ ।
ଜ୍ୟୋତିର୍ବିଦ୍: କୈଳାସ ଦାଶ
ଯୋଗାଯୋଗ: ୯୪୩୭୧୩୩୪୭୩
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।