ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

Jul 14, 2026 - 14:42
ଔଷଧ ଦୋକାନ ଆଗରେ ଲାଗିବ ରେଟ ଚାର୍ଟ, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୪।୭: ରାଜ୍ୟ ସରକାର ଏକ ନିଷ୍ପତ୍ତି ନେଇଛନ୍ତି। ଏଣିକି ରାଜ୍ୟର ସବୁ ଔଷଧ ଦୋକାନ ଆଗରେ ରେଟ୍‌ ଚାର୍ଟ ଲାଗିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏପରିକି ରାଜ୍ୟ ପାଇଁ ଗୋଟିଏ ମେଡିସିନ ଦର ରହିବ।

କେନ୍ଦ୍ର ସରାକର ୩୯ଟି ମେଡିସିନର ଦର ଧାର୍ଯ୍ୟ କରିବା ପରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। କେନ୍ଦ୍ର ରସାୟନ ମନ୍ତ୍ରଣାଳୟ ପକ୍ଷରୁ ଜାରି ହୋଇଥିବା ତାଲିକା ସବୁ ଔଷଧ ଦୋକାନରେ ଲଗାଯିବ। ରକ୍ତଚାପ, ମଧୁ ମେୟ, ହୃଦ ରୋଗ ଭଳି ୩୯ଟି ଔଷଧର ଦର ଧାର୍ଯ୍ୟ ହୋଇଛି।


ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।