କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

Jul 15, 2026 - 19:32
କାମ ସାରି ଘରକୁ ଫେରୁଥିଲେ ଯୁବକ, ବାଟରେ ଧକ୍କାଦେଲା ଅଜଣାଗାଡ଼ି, ଘରେ ପହଞ୍ଚିବା ପୂର୍ବରୁ…

ଭଞ୍ଜନଗୀ,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କ୍ଷତ୍ରୀୟବରପୁର ନିକଟରେ ବୁଧବାର ଅପରାହ୍ନରେ ଏକ ବାଇକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ବାଇକ୍‌ ଚାଳକ ସାଗର ବିଷୋୟୀଙ୍କ ମୃତ୍ୟୁ ଘଟିଛି। ଖବରପାଇ ଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲ ପଠାଇଦେଇଛି। ସାଗରଙ୍କ ଘର ଗାଙ୍ଗପୁର ଥାନା ଅନ୍ତର୍ଗତ ଲୁଣିପଡ଼ା।

ଘଟଣାରୁ ପ୍ରକାଶ ଯେ, ସାଗର ଆଜି ନିଜ ବାଇକ୍‌ ଯୋଗେ କୁଲାଙ୍ଗି ଅଭିମୁଖେ ଯାଇ କାମ ସାରି ଫେରୁଥିଲେ। ଏହି ସମୟରେ ବାଟରେ କ୍ଷତ୍ରୀୟବରପୁରଠାରେ କୌଣସି ଅଜଣାଗାଡ଼ି ତାଙ୍କ ବାଇକକୁ ଧକ୍କା ଦେଇ ଚାଲିଯାଇଥିଲା। ଫଳରେ ଗାଡ଼ିରୁ ସେ ଭାରସାମ୍ୟ ହରାଇବାରୁ ରାସ୍ତାକଡ଼ରେ ଛିଟିକି ପଡ଼ିଥିଲେ। ଫଳରେ ଘଟଣାସ୍ଥଳରେ ସାଗରଙ୍କ ମୃତ୍ୟୁ ଘଟିଥିଲା।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।