କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

Jul 15, 2026 - 19:52
କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ଶେଷ: ବିଧାୟକ-ଉପଜିଲାପାଳ ପହଞ୍ଚି କଲେ ସମୀକ୍ଷା

ଭଞ୍ଜନଗର,୧୫ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ଼ ରଥଯାତ୍ରା ପ୍ରସ୍ତୁତି ସରିଛି। ଗୁରୁବାର ନିର୍ଦ୍ଧାରିତ ସମୟରେ ରଥାଯାତ୍ରା କାର୍ଯ୍ୟକ୍ରମ ହେବ। ଏହାପୂର୍ବରୁ ମନ୍ଦିର କମିଟି କର୍ମକର୍ତ୍ତା ମଙ୍ଗଳବାର ସ୍ଥାନୀୟ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଯାତ୍ରାରେ ଯୋଗଦେବା ପାଇଁ ନିମନ୍ତ୍ରଣ କରାଯାଇଥିଲା। ଏହି ସମୟରେ ଅତିରିକ୍ତ ତହସିଲଦାର ଅବିନାଶ ମାହାର, ରାଜସ୍ବ ନିରୀକ୍ଷକ ଭଗବାନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏଥିସହ ରାଜ ପୁରୋହିତ, ଭଞ୍ଜ ରାଜବଂଶର ଉତ୍ତରାଧିକାରୀଙ୍କୁ ମଧ୍ୟ ପାରମ୍ପରିକ ରୀତିନୀତି ଅନୁସାରେ ନିମନ୍ତ୍ରଣ କରାଯାଇଥିଲା। ଅପରପକ୍ଷେ ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଉପଜିଲାପାଳ ଉମାଶଙ୍କର ବେହେରା ବୁଧବାର କୁଲାଡ଼ରେ ପହଞ୍ଚି ଯାତ୍ରା ପ୍ରସ୍ତୁତି ଉପରେ ସମୀକ୍ଷା କରିଥିଲେ। ଚଳିତବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।