କେନ୍ଦୁପତ୍ର କେରି ପିଛା ୧୦ ପଇସା ବୃଦ୍ଧି, ଫାଳ ପିଛା ୨୦ ପଇସା ବୃଦ୍ଧି
- କେନ୍ଦୁପତ୍ର କେରି ପିଛା ୧୦ ପଇସା ବୃଦ୍ଧି
- ଫାଳ ପିଛା ୨୦ ପଇସା ବୃଦ୍ଧି
- ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ ପାଇଁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି
ଭୁବନେଶ୍ୱର, ୧୩।୭ : ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ କଲ୍ୟାଣ ପାଇଁ ସେମାନଙ୍କ ବୋନସ ଓ ପ୍ରୋତ୍ସାହନ ରାଶି ପ୍ରଦାନକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିଛନ୍ତି। ଏହା ସହିତ କେରି ଓ ଫାଳର ମୂଲ୍ୟରେ ମଧ୍ୟ ବୃଦ୍ଧି କରିଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ପ୍ରୋସେସ ଏରିଆରେ କେନ୍ଦୁପତ୍ର କେରି (୨୦ଟି) ପିଛା ମୂଲ୍ୟ ୧୦ ପଇସା ବୃଦ୍ଧି କରାଯାଇଥିବା ବେଳେ ଫାଳ (୪୦ଟି) ପିଛା ମୂଲ୍ୟ ୨୦ ପଇସା ବୃଦ୍ଧି କରାଯାଇଛି। ଏଥିପାଇଁ ରାଜ୍ୟ ସରକାର ୧୦.୭୮ କୋଟି ଟଙ୍କା ଖର୍ଚ୍ଚ ବହନ କରିବେ।
ସେହିପରି କେନ୍ଦୁପତ୍ର ତୋଳାଳୀମାନଙ୍କ ପାଇଁ ୨୫ ପ୍ରତିଶତ ବୋନସ ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହା ସହିତ ବନ୍ଧାଳୀ ଓ ସିଜିନାଲ୍ ଷ୍ଟାଫଙ୍କ ପାଇଁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ରାଜ୍ୟ ସରକାର ୬୪ କୋଟି ଟଙ୍କା ବହନ କରିବେ। ରାଜ୍ୟ ସରକାର ସମୁଦାୟ ୭୪.୭୮ କୋଟି ଟଙ୍କା ଖର୍ଚ୍ଚ କରିବେ।
ଆହୁରି ପଢନ୍ତୁ : ରଥଯାତ୍ରା ପାଇଁ ସ୍ଵାସ୍ଥ୍ୟ ବିଭାଗର ପ୍ରସ୍ତୁତି : ବଡଦାଣ୍ଡରେ ହେବ ୮ ଅସ୍ଥାୟୀ ଡାକ୍ତରଖାନା
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।