କୋଟିଆ ବିବାଦ ପ୍ରସଙ୍ଗ; ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

Oct 27, 2026 - 13:46
କୋଟିଆ ବିବାଦ ପ୍ରସଙ୍ଗ; ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଉତ୍ତର ଦେଲେ ମୁଖ୍ୟମନ୍ତ୍ରୀ

ନନ୍ଦିଘୋଷ ବ୍ୟୁରୋ: ରାଜନୀତି ନୁହେଁ, ସମାଧାନ ପାଇଁ ଅପିଲ! କୋଟିଆ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଚିଠିର ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହାକୁ ରାଜନୈତିକ ଦୃଷ୍ଟିକୋଣରୁ ନଦେଖି ସମାଧାନ ପାଇଁ ଗଠନମୂଳକ ପରାମର୍ଶ ଦେବାକୁ ସେ ନବୀନଙ୍କୁ ଆହ୍ୱାନ କରିଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ୧୯୩୬ ମସିହାରେ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ଦିନଠାରୁ କୋଟିଆ ଗ୍ରାମପୁଞ୍ଜ ଓଡ଼ିଶାର ଏକ ଅବିଚ୍ଛେଦ୍ୟ ଅଙ୍ଗ ହୋଇ ରହିଆସିଛି। ରାଜ୍ୟର ଭୌଗୋଳିକ ଅଖଣ୍ଡତା ଓ ସୀମା ସୁରକ୍ଷା ପାଇଁ ବିଜେପି ସରକାର ଦୃଢ଼ ପ୍ରତିଶ୍ରୁତିବଦ୍ଧ। କୋଟିଆରେ ଆନ୍ଧ୍ରର ଅନୁପ୍ରବେଶ ରୋକିବା ପାଇଁ ସୁପ୍ରିମକୋର୍ଟରେ ମାମଲା ଦାୟର ହୋଇଛି, ଯାହା ବର୍ତ୍ତମାନ ବିଚାରାଧୀନ ରହିଛି। ସମସ୍ତ ପକ୍ଷ ନ୍ୟାୟିକ ପ୍ରକ୍ରିୟା ପ୍ରତି ସମ୍ମାନ ପ୍ରଦର୍ଶନ କରିବା ଆବଶ୍ୟକ।

କୋଟିଆ ଅଞ୍ଚଳର ସାମଗ୍ରିକ ବିକାଶ ଓ ଜନସାଧାରଣଙ୍କ ସାମାଜିକ-ଅର୍ଥନୈତିକ ଉନ୍ନତି ପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି, ଯାହା ନିୟମିତ କ୍ଷେତ୍ର ଗସ୍ତ କରି ସମୀକ୍ଷା କରୁଛି।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)