କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

Jul 14, 2026 - 19:51
କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର କାଳୁ ନାଇକ। କୋର୍ଟରେ ଜାମିନ ଆବେଦନ ନାମଞ୍ଜୁର ହେବା ପରେ ତାଙ୍କୁ ଦିଗପହଣ୍ଡି ସବ୍‌ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ଅଭିଯୁକ୍ତ କାଳୁ ପୂର୍ବରୁ ମାଜିଷ୍ଟ୍ରେଟ୍‌ଙ୍କ ନିର୍ଦ୍ଦେଶ ସତ୍ତ୍ୱେ କୋର୍ଟରେ ହାଜର ହେଉ ନ ଥିଲେ। ଏହି କାରଣରୁ ମାମଲା ନମ୍ବର ଜି.ଆର ୩୬/୧୫, ଆଇ.ପି.ସି. ର ଦଫା ୨୯୪/୩୪୧/୩୨୩/୫୦୬/୩୪ ଆଧାରରେ ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ପକ୍ଷରୁ ତାଙ୍କ ବିରୋଧରେ ଏକ ଜାମିନବିହୀନ ଗିରଫ ପରୱାନା ଜାରି କରାଯାଇଥିଲା।

ଏହି ନିର୍ଦ୍ଦେଶ ପ୍ରକାରେ ପାଟପୁର ଥାନା ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ନେତୃତ୍ୱରେ ଏଏସଆଇ ତ୍ରିନାଥ ଭୋଇ ଅଭିଯୁକ୍ତ କାଳୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲେ। ସେଠାରେ ତାଙ୍କର ଜାମିନ ଆବେଦନ ଖାରଜ ହେବା ପରେ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।