କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

Jul 01, 2026 - 19:52
କ୍ୟାବିନେଟ୍‌ ବୈଠକ ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ…

ଭୁବନେଶ୍ବର,୧ା୭: କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୂଚନା ଦେଇଛନ୍ତି । ନାମଲେଖା ପାଇଁ ଛାତ୍ରୀଛାତ୍ରଙ୍କୁ କୌଣସି ଦେୟ ଦେବାକୁ ପଡିବ ନାହିଁ ।  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । କେଜିରୁ ପିଜି ମାଗଣା ଶିକ୍ଷାକୁ ସରକାରଙ୍କ ଗୁରୁତ୍ବ ଦେଇଛନ୍ତି । ବର୍ଷକୁ ଏଥିପାଇଁ ୮୯୫ କୋଟି ଖର୍ଚ୍ଚ ହେବ । ଆସନ୍ତା ପାଞ୍ଚ ବର୍ଷରେ ୫ ହଜାର ୪୬୭ କୋଟି ବ୍ୟୟ ହେବ । ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲ୍‌ରେ ନାମଲେଖା ମାଗଣା ରହିବ । ସ୍ନାତକୋତ୍ତର ଶିକ୍ଷା ପର୍ଯ୍ୟନ୍ତ ନାମଲେଖା ଦେୟ ଦେବାକୁ ପଡ଼ିବ ନାହିଁ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆର୍ଥିକ ସମସ୍ୟା ପାଇଁ କେହି ଶିକ୍ଷାରୁ ବଞ୍ଚିତ ନ ହୁଅନ୍ତୁ ଆମର ଲକ୍ଷ୍ୟ ରହିଛି । ନବମ ଏବଂ ଦଶମ ଶ୍ରେଣୀ ପିଲାଙ୍କୁ ମିଡଡେ ମିଲ୍ ମିଳିବ । ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଆସନ୍ତା ପାଞ୍ଚ ବର୍ଷ ପର୍ଯ୍ୟନ୍ତ ପିଲାଙ୍କୁ ଏହି ମିଡଡେ ମିଲ୍ ଦିଆଯିବ । ପୂର୍ବରୁ କେବଳ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳୁଥିବା ବେଳେ ସରକାର ଏବେ ଦଶମ ଶ୍ରେଣୀ ଯାଏ ଦେବାକୁ ନିଷ୍ପତ୍ତି ନେଇଛନ୍ତି । ଏହାଦ୍ବାରା ୫୭ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଉପକୃତ ହେବେ ।

 

Dharitri – Odisha’s No.1 Odia Daily