ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

Jul 24, 2026 - 15:40
ଖେଳୁଖେଳୁ ପୋଖରୀରେ ପଡ଼ି ଚାଲିଗଲା ଶିଶୁକନ୍ୟାଙ୍କ ଜୀବନ

ପାଟଣା,୨୪ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଚୁଟିଆ ପଶୀ ଗ୍ରାମର ଶୁକ୍ରବାର ଅପରାହ୍ନରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କ ପାଣିରେ ବୁଡ଼ି ମୃତ୍ୟୁ ଘଟିଛି। ଘଟଣା ପରେ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ମୃତକ ହେଇଛନ୍ତି ଗାଁର ଉପେନ୍ଦ୍ର ଦଳ ଦସିଆଙ୍କ କନ୍ୟା ସଂଜୀବନୀ।

ସୂଚନା ଅନୁଯାୟୀ, ସଂଜୀବନୀ ନିଜ ବଡ଼ ଭାଇ ଓ ସାଙ୍ଗଙ୍କ ସହ ପୋଖରୀ କୂଳରେ ଖେଳୁଥିବାବେଳେ ଅଧିକ ପାଣିରେ ପଶି ଯାଇ ବୁଡ଼ି ଯାଇଥିଲେ। ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ହେଁ ଡାକ୍ତର ମୃତ ଘୋଷଣା କରିଥିଲେ।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।