ଗଣେଶ ଭସାଣିରେ ଅଘଟଣ, ଜେନେରେଟର ନିଆଁରେ ୫ ଶିଶୁ ଗୁରୁତର
ନନ୍ଦିଘୋଷ ବ୍ୟୁରୋ : ଗଞ୍ଜାମ ପୁରୁଷୋତ୍ତମପୁର ଗଣେଶ ପୂଜା ଭସାଣିରେ ଅଘଟଣ। ଜେନେରେଟରରୁ ନିଆଁ ଲାଗି ୫ ଶିଶୁ ଗୁରୁତର। ମେଢ଼ ଭସାଣି ଶୋଭାଯାତ୍ରା ସମୟରେ ଏକ ଟ୍ରାକ୍ଟର ଉପରେ ଜେନେରେଟର ରଖାଯାଇଥିଲା। ତାହା ନିକଟରେ ପେଟ୍ରୋଲ୍ ଜାର୍ ରଖାଯାଇଥିବା ବେଳେ ଏହି ଶିଶୁମାନେ ସେହି ଜେନେରେଟର ପାଖରେ ବସି ଶୋଭାଯାତ୍ରା ଦେଖୁଥିଲେ। ତେବେ ଜେନେରେଟରର ଅତ୍ୟଧିକ ଉତ୍ତାପ ଯୋଗୁ ନିକଟରେ ଥିବା ପେଟ୍ରୋଲ୍ ଜାର୍ରେ ହଠାତ୍ ନିଆଁ ଲାଗିଯାଇଥିଲା। ଫଳରେ ନିକଟରେ ବସିଥିବା ୫ ଜଣ ଶିଶୁ ନିଆଁରେ ପୋଡ଼ି ହୋଇ ଆହତ ହୋଇଥିଲେ। ଗୁରୁତର ଶିଶୁଙ୍କୁ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର କରାଯାଇଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।
