ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ
ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ ଯୁବକ ନିଖୋଜ ହୋଇଯାଇଥିବା ଜଣାପଡିଛି। ନିଖାଜ ଯୁବକ ଜଣକ ବାଲେଶ୍ୱରର ବୋଲି ସୂଚନା ମିଳିଛି।
ମିଳିଥିବା ସୂଚନା ମୁତାବକ, ବାଲେଶ୍ୱରରୁ ୩ଜଣ ସାଙ୍ଗ ବୁଢାବଳଙ୍ଗ ନଦୀର ନାର୍ଖା ବ୍ରିଜକୁ ଗାଧୋଇବାକୁ ଆସିଥିଲେ। ଗାଧୋଇବା ବେଳେ ସେମାନଙ୍କ ମଧ୍ୟରୁ ଜଣେ ଯୁବକ ପାଣି ସ୍ରୋତରେ ଭାସି ଯାଇଥିଲେ। ଖବର ପାଇ ବୈଶିଙ୍ଗା ପୋଲିସ ଏବଂ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ବୋଟ୍ ସାହାର୍ଯ୍ୟରେ ଖୋଜାଖୋଜି ଆରମ୍ଭ କରିଛନ୍ତି। ହେଲେ ଯୁବକଙ୍କ କୌଣସି ପତ୍ତା ମିଳିପାରି ନାହିଁ।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।