ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କଲା ସାମୁଦ୍ରିକ ଝଡ଼ 'ଅକଭାନ'

Nov 20, 2026 - 13:54
ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କଲା ସାମୁଦ୍ରିକ ଝଡ଼ 'ଅକଭାନ'

ଭୁବନେଶ୍ୱର  :  ସାମୁଦ୍ରିକ ଝଡ଼ 'ଅକଭାନ' ଓଡ଼ିଶାର ଗୋପାଳପୁର ନିକଟରେ ସ୍ଥଳଭାଗ ଅତିକ୍ରମ କରିଛି। ଏହି ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ଏବଂ ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ରହିଥିଲା। ଆଗାମୀ ୨ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା । ଗଞ୍ଜାମ ଜିଲ୍ଲା ଗୋପାଳପୁର ନିକଟସ୍ଥ ହରିପୁର ସମୁଦ୍ର କୂଳ ଦେଇ ବାତ୍ୟା ସ୍ଥଳଭାଗ ଅତିକ୍ରମ କରୁଥିବାରୁ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷା ଓ ପବନ ଜାରି ରହିଛି । 

ସ୍ଥଳଭାଗ ଛୁଇଁବା ସମୟରେ ପବନର ବେଗ ଘଣ୍ଟାପ୍ରତି ୭୦ ରୁ ୮୦ କିଲୋମିଟର ରହିଥିବା ବେଳେ ଝଟକା ପବନ ୯୦ କିଲୋମିଟର ପର୍ଯ୍ୟନ୍ତ ବହୁଛି । ବର୍ତ୍ତମାନ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି ରହିଛି ଏବଂ ଏହା ଆଗାମୀ ୨ ଘଣ୍ଟା ପର୍ଯ୍ୟନ୍ତ ଚାଲିବ । ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଏକ ଭୀଷଣ ବାତ୍ୟାର ରୂପ ନେଇଥିବା ବେଳେ ଉପକୂଳ ନିକଟତର ହେବା ପୂର୍ବରୁ ସାମାନ୍ୟ ଦୁର୍ବଳ ହୋଇ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଥିଲା ।

ଗୋପାଳପୁର ନିକଟରେ ୭୦–୮୦ କି.ମି. ବେଗରେ ପବନ ସହ ବାତ୍ୟା ସ୍ଥଳଭାଗ ଛୁଇଁଛି । ୧୧ଟା ମଧ୍ୟରେ ସମ୍ପୂର୍ଣ୍ଣ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବା ପରେ ଏହା ସ୍ଥଳଭାଗ ଉପରେ ଧୀରେ ଧୀରେ ଦୁର୍ବଳ ହୋଇ ଗଭୀର ଅବପାତରେ ପରିଣତ ହେବ ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)