ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ

Jul 15, 2026 - 21:27
ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ନିର୍ଦ୍ଧୁମ ପିଟିଲେ ଶିକ୍ଷକ

ଝରିଗାଁ: ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ମାଡ ମାରିଥିବା ଅଭିଯୋଗ ନେଇ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଶିକ୍ଷା ଅଧିକାରୀ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ପ୍ରାପ୍ତ ଖବରରୁ ଜଣାପଡ଼ିଛି ଗତ ସୋମବାର ଦିନ ଝରିଗାଁ ବ୍ଲକ ସଦର ମହକୁମା ସ୍ଥିତ ସରକାରୀ ଏକ୍ସ ବୋର୍ଡ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ମୋହନ ହରିଜନ ଚତୁର୍ଥ ଶ୍ରେଣୀରେ ପାଠ ପଢୁଥିବା ଜଣେ ଛାତ୍ରଙ୍କୁ ମାଡ ମାରିଥିବା ନେଇ ସମ୍ପୃକ୍ତ ଛାତ୍ରଙ୍କ ଅଭିଭାବକ ଟୋଲ୍ ଫ୍ରି ନମ୍ବରରେ ଅଭିଯୋଗ କରିବା ସହ ସ୍ଥାନୀୟ ବିଇଓଙ୍କୁ ଲିଖିତ ଅଭିଯୋଗ କରିଥିଲେ। ଏନେଇ ଏବିଇଓ ପୁରୁଷୋତ୍ତମ ମାଝୀ ତଦନ୍ତ କରି ବିଇଓଙ୍କୁ ପ୍ରଦାନ କରିଥିଲେ। ବିଇଓ ଉମରସିଂ ନାଏକ ସମ୍ପୃକ୍ତ ଶିକ୍ଷକଙ୍କୁ ନିଲମ୍ବିତ କରିଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।