ଚଳିତ ବର୍ଷର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ନିମନ୍ତେ ୧୫ ଜୁଲାଇରୁ ଆବେଦନ ପ୍ରକ୍ରିୟା ଆରମ୍ଭ

Jul 14, 2026 - 19:59
ଚଳିତ ବର୍ଷର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ନିମନ୍ତେ ୧୫ ଜୁଲାଇରୁ ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ବର: ଚଳିତ ବର୍ଷର ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭ ନିମନ୍ତେ ୧୫ ଜୁଲାଇରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ଏହା ୧୪ ଅଗଷ୍ଟ ଯାଏଁ ଚାଲିବ।
ଏନେଇ ଆଜି (ମଙ୍ଗଳବାର) ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଆନୁଷ୍ଠାନିକ ଭାବେ ‘ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ୨୦୨୬-୨୭’ ର ମାର୍ଗଦର୍ଶିକା ଉନ୍ମୋଚନ କରିଛନ୍ତି।

ଏହି କାର୍ଯ୍ୟକ୍ରମରେ ପର୍ଯ୍ୟଟନ ବିଭାଗର କମିଶନର-ତଥା-ଶାସନ ସଚିବ ବଲୱନ୍ତ ସିଂ, ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର, ଆଇଆରସିଟିସି (IRCTC) ଭୁବନେଶ୍ୱରର ଆଞ୍ଚଳିକ ପ୍ରବନ୍ଧକ ଅନୁଜ ଦତ୍ତଙ୍କ ସମେତ ଆଇଆରସିଟିସି ଏବଂ ପର୍ଯ୍ୟଟନ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

ଗଣମାଧ୍ୟମକୁ ସମ୍ବୋଧିତ କରି ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ମାଧ୍ୟମରେ ବରିଷ୍ଠ ନାଗରିକମାନେ ଯେପରି ସମ୍ମାନ, ସୁରକ୍ଷା ଏବଂ ସରକାରୀ ସହାୟତା ସହିତ ଦେଶର ବିଭିନ୍ନ ପବିତ୍ର ଧାର୍ମିକ ସ୍ଥଳୀ ଭ୍ରମଣ କରିପାରିବେ, ତାହା ନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DINALIPI ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।