ଚାକିରିରୁ ନିଲମ୍ବିତ ହେଲେ ବିଦ୍ୟାଭାରତୀ

Nov 23, 2026 - 11:56
ଚାକିରିରୁ  ନିଲମ୍ବିତ ହେଲେ ବିଦ୍ୟାଭାରତୀ

କପ୍ତିପଦା : ବହୁଚର୍ଚ୍ଚିତ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲା । ପତ୍ନୀ ବିଦ୍ୟା ଭାରତୀ ପଣ୍ଡା ଚାକିରିରୁ ନିଲମ୍ବିତ । ପାରଳାଖେମୁଣ୍ଡିର ପୂର୍ବତନ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟା ଭାରତୀ ପଣ୍ଡାଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ । ସେ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ ଶାଳଚୁଆ ପଶୁଧନ ସେବା କେନ୍ଦ୍ରରେ ପ୍ରାଣୀଧନ ନିରୀକ୍ଷକ (Livestock Inspector - LI) ଭାବେ କାର୍ଯ୍ୟରତ ଥିଲେ । ତାଙ୍କୁ ଆଜି ପ୍ରାଣୀ ସମ୍ପଦ ବିଭାଗର ପ୍ରାଣୀପାଳନ ଓ ପ୍ରାଣୀ ଚିକିତ୍ସା ସେବା ନିର୍ଦ୍ଦେଶକ ଚାକିରିରୁ ନିଲମ୍ବନ କରିଛନ୍ତି । ପାରଳାଖେମୁଣ୍ଡି ଥାନା ଆଇଆଇସି ଏବଂ ଏସଡିଜେଏମ୍ କୋର୍ଟଙ୍କ ପକ୍ଷରୁ ଦିଆଯାଇଥିବା ଚିଠି ଆଧାରରେ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। 

ସୂଚନାନୁସାରେ, ଆଗୁଆ ଜାମିନ ଆବେଦନ ଖାରଜ ହେବା ପରେ ସେ ଗତ ନଭେମ୍ବର ୨ ତାରିଖରେ ପାରଳାଖେମୁଣ୍ଡି SDJM କୋର୍ଟରେ ଆତ୍ମସମର୍ପଣ କରିଥିଲେ ଏବଂ ଜାମିନ ନାମଞ୍ଜୁର ହେବାରୁ ବର୍ତ୍ତମାନ ବିଚାରବିଭାଗୀୟ ହାଜତରେ ଅଛନ୍ତି । ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଦୀର୍ଘଦିନ ପରେ ବିଦ୍ୟା ଭାରତୀଙ୍କ ଗିରଫଦାରୀ ପରେ ଏବେ ତାଙ୍କ ବିରୋଧରେ ଚାକିରିରୁ ନିଲମ୍ବନ ଭଳି ପଦକ୍ଷେପ ନିଆଯାଇଛି। ଏହି ଘଟଣାକୁ ନେଇ ପୁଣିଥରେ ଚର୍ଚ୍ଚା ଜୋର ଧରିଛି ।

ସୂଚନାଯୋଗ୍ୟ ଯେ, ୨୦୨୧ ଜୁଲାଇ ୧୨ ତାରିଖରେ ପାରଳାଖେମୁଣ୍ଡି ସ୍ଥିତ ସରକାରୀ ବାସଭବନରେ ନିଆଁରେ ପୋଡ଼ି ଗୁରୁତର ହୋଇଥିଲେ ସୌମ୍ୟରଞ୍ଜନ। ପରଦିନ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା। ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ଆସିବା ପରେ ମାମଲାରେ ତତ୍କାଳୀନ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା, ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ରୋଷେୟାଙ୍କ ନାଁ ଆସିଥିଲା। ମାମଲାରେ ହତ୍ୟା ଓ ଅପରାଧିକ ଷଡ଼ଯନ୍ତ୍ର ଅଭିଯୋଗରେ ଆଇନଗତ ପ୍ରକ୍ରିୟା ଚାଲିଛି ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ SAMAYA - ସମୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)