ଚିକିତ୍ସା ଅବହେଳାରୁ ପ୍ରସୂତୀ ମୃତ୍ୟୁ ଘଟଣା, ସିଲ୍ ହେଲା ନର୍ସିଂହୋମ
ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁରର ଏକ ଘରୋଇ ନର୍ସିଂହୋମକୁ ସିଲ୍ କଲା ଜିଲା ପ୍ରଶାସନ । ଅମୃତଧାରା ଘରୋଇ ନର୍ସିଂହୋମକୁ ବୁଧବାର ଜିଲା ପ୍ରଶାସନ ପକ୍ଷରୁ ସିଲ୍ କରି ଦିଆଯାଇଛି । ଉକ୍ତ ନର୍ସିଂହୋମରେ ଚିକିତ୍ସାରେ ଅବହେଳା ଯୋଗୁଁ ଗର୍ଭସ୍ଥ ସନ୍ତାନ ଏବଂ ପ୍ରସୂତୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା। ଜିଲାପାଳ ଆଦିତ୍ୟ ଗୋୟଲ ଏହାର ତଦନ୍ତ ପାଇଁ ଏକ ତଦନ୍ତ କମିଟି ଗଠନ କରିଥିଲେ । ତଦନ୍ତ ରିପୋର୍ଟ ପାଇବା ପରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ନର୍ସିଂହୋମକୁ ସିଲ୍ କରି ଦିଆଯାଇଛି।
Dharitri – Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।