ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

Aug 06, 2026 - 18:49
ଛେଳି ଚରାଇବାକୁ ଯାଇଥିବା ବେଳେ କାମୁଡ଼ି ଦେଲା ସାପ, ତାପରେ….

ଛତ୍ରପୁର,୬।୮(ଦିଲ୍ଲୀପି ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ରମ୍ଭା ଥାନା ଅନ୍ତର୍ଗତ କାଠଗଡା ଗ୍ରାମରେ ସାପ କାମୁଡ଼ାରେ ଜଣେ ଛେଳି ଚରାଳିଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ସେହି ଗ୍ରାମର ବି. ଯୋଗୀ ପାତ୍ର ବୋଲି ଜଣାପଡିଛି ।

ଆଜି ସକାଳୁ ବି.ଯୋଗୀ ଘରୁ ବାହାରି ଛେଳି ଚରାଇବା ପାଇଁ ଗ୍ରାମ ନିକଟରେ ଥିବା ଚୈତନ୍ୟପୁର ବିଲମାଳକୁ ଯାଇଥିଲେ । ସେହି ସମୟରେ ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା । ଫଳରେ ବି. ଯୋଗୀ ଘଟଣାସ୍ଥଳରେ ହିଁ ପଡିଯାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ଏକ ଅଟୋ ଯୋଗେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ସେ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବାରୁ ତାଙ୍କୁ ସରକାରୀ ସହାୟତା ପ୍ରଦାନ କରିବା ପାଇଁ ଦାବି ହୋଇଛି ।

 

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି DHARITRI - ଧରିତ୍ରୀ ଦେଖନ୍ତୁ।