ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

Jul 14, 2026 - 14:42
ଜମନକିରାରେ ଅଭାବନୀୟ ଘଟଣା, ପୋଖରୀରେ ବୁଡି ଚାଲିଗଲା ଯୁବକଙ୍କ ଜୀବନ

ଜମନକିରା,୧୪।୭(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ସଦର ମହକୁମା ଅନ୍ତର୍ଗତ ରାଧାକୃଷ୍ଣପଡ଼ା ଅଞ୍ଚଳରେ ଏକ ଦୁଃଖଦାୟକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି । ମୃତ ଯୁବକ ଜଣକ ହେଉଛନ୍ତି ରାଧାକୃଷ୍ଣପଡ଼ାର ସନ୍ତୋଷ ପଟେଲଙ୍କ ପୁତ୍ର ସୁଶାନ୍ତ ପଟେଲ (୩୪)।

ମିଳିଥିବା ସୂଚନା ଅନୁଯାୟୀ, ସୁଶାନ୍ତ ଜମନକିରାର ଏକ ପୋଖରୀକୁ ସୋମବାର ଗାଧୋଇ ଯାଇଥିବା ବେଳେ କୌଣସି କାରଣବଶତଃ ପାଣିରେ ବୁଡ଼ି ଯାଇଥିଲେ। ପରିବାର ଲୋକ ବହୁ ଖୋଜାଖୋଜି କଲାପରେ ମଧ୍ୟ କୌଣସି ଖୋଜ ଖବର ମିଳିନଥିଲା। ଆଜି ସ୍ଥାନୀୟ ଲୋକେ ମୁଖ୍ୟାଛକ ସ୍ଥିତ ଏକ ପୋଖରୀରେ ଶବ ଭାସୁଥିବା ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପୋଲିସ ଉଦ୍ଧାର କରିଥିଲେ ହେଁ, ସେତେବେଳକୁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି। ପୋଲିସ ଏହି ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଛେଦ ପାଇଁ କୁଚିଣ୍ଡାକୁ ପଠାଇ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି।

Dharitri – Odisha’s No.1 Odia Daily

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।