ଟ୍ରେନ ଆଗକୁ ଡେଇଁ ପଡ଼ିଲେ ମହିଳା, ଆଉ ତା’ପରେ…
ବଲାଙ୍ଗୀର,୨୮।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଖୁଜେନପାଲି କବାଟପଡ଼ା ରେଳ ଲାଇନ୍ ନିକଟରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ରେଳବାଇ ପୋଲିସ ଉଦ୍ଧାର କରିଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେଳେ ତାଙ୍କ ବୟସ ୫୫ରୁ ୬୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି l
ମଙ୍ଗଳବାର ମଧ୍ୟାହ୍ନରେ ସମଲେଶ୍ୱରୀ ଏକ୍ସପ୍ରେସ ଟ୍ରେନ୍ ବଲାଙ୍ଗୀର ଦେଇ ଟିଟିଲାଗଡ଼ ଯାଉଥିବା ବେଳେ ଖୁଜେନପାଲି ନିକଟ ଟ୍ରେନ ଲାଇନ ଜଣେ ମହିଳା ଟ୍ରେନ୍ ଆଗକୁ ଡେଇଁ ପଡ଼ି ପଡିଥିବା ସ୍ଥାନୀୟ ଲୋକେ କହିଛନ୍ତି। ଫଳରେ ଘଟଣା ସ୍ଥଳରେ ତାଙ୍କ ମୃତ୍ୟୁ ଘଟିଥିବା ଲୋକେ କହିଛନ୍ତି। ମହିଳା ଜଣକ ଆତ୍ମହତ୍ୟା କରିଥିବା ଚର୍ଚ୍ଚା ହେଉଛି।
ଦୁର୍ଘଟଣା ସ୍ଥଳରେ ବଲାଙ୍ଗୀର ଜିଆର୍ପି ଥାନା ରେଳବାଇ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତଦେହ ଜବତ କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ଓ ହସ୍ପିଟାଲକୁ ନିଆଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ପରିଚୟ ମିଳିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି। ଅନ୍ୟପକ୍ଷେ ମହିଳା ଜଣକ ଖୁଜେନପାଲି ପଞ୍ଚାୟତ ଅଞ୍ଚଳର ହୋଇଥାଇ ପାରନ୍ତି ବୋଲି ଅନୁମାନ କରାଯାଉଛି।
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।