ଟ୍ରେଲର ପଛରେ ପିଟି ହେଲା ବସ୍, ୫ ଗୁରୁତର
ଭୁବନେଶ୍ବର,୧୦/୭ : ଟାଙ୍ଗୀ ନିର୍ଗୁଣ୍ଡି ଷ୍ଟେସନ ନିକଟ ଏନଏଚରେ ସଡ଼କ ଦୁର୍ଘଟଣା । ଟ୍ରେଲର ପଛରେ ପିଟି ହେଲା ବସ୍ । ଦୁର୍ଘଟଣାରେ ୫ରୁ ଅଧିକ ଯାତ୍ରୀ ଗୁରୁତର ହୋଇଥିବା ଜଣାପଡ଼ିଛି । ସମସ୍ତ ଗୁରୁତରଙ୍କୁ କଟକ ବଡ଼ ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ସ୍ଥାନୀୟ ଲୋକେ ଏହା ଦେଖି ପୋଲିସକୁ ଖବର ଦେଇଥିଲେ। ଖବରପାଇ ଟାଙ୍ଗୀ ପୋଲିସ ଘଟଣାସ୍ଥଳରେ ପହଞ୍ଚି ବସକୁ ଜବତ କରି ତଦନ୍ତ ଜାରି ରଖିଛି ।
ଆହୁରି ପଢନ୍ତୁ : ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ସମୀକ୍ଷା ବୈଠକ ; ସୁରକ୍ଷା ବ୍ୟବସ୍ଥା ତଦାରଖ ପାଇଁ ୧୯ବରିଷ୍ଠ ଆଇପିଏସ୍ ନିୟୋଜିତ
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।