ତାମିଲନାଡୁ ଗ୍ୟାସ ଟ୍ରାଜେଡି, ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି
ଭୁବନେଶ୍ୱର,୨୬।୬: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ ଲିକ୍ ଘଟଣାରେ ଶୁକ୍ରବାର ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ ଓଡ଼ିଆ ଯୁବତୀ। ମୃତ ଯୁବତୀ ପିଟାନାଳୀ ଗ୍ରାମର ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଝିଅଙ୍କୁ ହରାଇ ପରିବାର ଲୋକ ସମ୍ପୂର୍ଣ୍ଣ ଭାଙ୍ଗି ପଡିଛନ୍ତି। ଏନେଇ ଗାଁରେ ପୁଣି ଶୋକର ଛାୟା ଖୋଳିଯାଇଛି।
ଅନ୍ୟପକ୍ଷେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁକୁ ନେଇ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏପରିକି ପ୍ରତ୍ୟେକ ମୃତ ଶ୍ରମିକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ଘୋଷଣା କରାଯାଇଛି।