ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

May 18, 2026 - 13:31

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ଯୁବକଙ୍କ ପରିଚୟ ଜଣାପଡି ନାହିଁ।

ପୋଲିସ ମୃତହେଦ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନା ଶବ ସଂରକ୍ଷଣ ଗୃହରେ ରଖିଛି। ଅନ୍ୟପକ୍ଷେ ଦୁର୍ଘଟଣା ଘଟାଇ ଗାଡି ସହ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାପଡିଛି। ଏନେଇ ପୋଲିସ ଏକ ଦୁର୍ଘଟଣା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

The post ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର appeared first on Dharitri Odia News.

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।