ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

Oct 19, 2026 - 18:10
ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର

ଝାରସୁଗୁଡ଼ା : ଝାରସୁଗୁଡ଼ା ପୋଲିସର ପୁଣି ଏନକାଉଣ୍ଟର l ଝାରସୁଗୁଡା ସ୍ଥିତ ଆମଦର ଜଙ୍ଗଲରେ ଏନକାଉଣ୍ଟର  l ପୋଲିସ ଗୁଳିରେ ଦୁର୍ଦ୍ଦାନ୍ତ ଅପରାଧୀ ବଣ୍ଟି ପ୍ରସାଦ ଆହତ l ଆଜି ସକାଳେ ଆମଦର ଜଙ୍ଗଲ ନିକଟରେ ଚାଲିଥିବା ଏକ ସର୍ଚ୍ଚ ଅପରେସନ୍‌ ବେଳେ ଓରିଏଣ୍ଟ ପୋଲିସ ବଣ୍ଟି ପ୍ରସାଦ ସାମ୍ନାସାମ୍ନି ହୋଇଥିଲେ । ଅପରେସନ୍ ସମୟରେ ବଣ୍ଟି ପୋଲିସ ଟିମ୍ ଉପରକୁ ଗୁଳି ଚଳାଇଥିଲା । ଜବାବରେ ଆତ୍ମରକ୍ଷା ପାଇଁ ପୋଲିସ ଗୁଳି ଚଳାଇଥିଲା । ବଣ୍ଟିର ବାମ ଗୋଡ଼ରେ ଗୁଳି ବାଜିଛି । ତାକୁ ବ୍ରଜରାଜନଗର ସିଏଚ୍‌ସି ପ୍ରାଥମିକ ଚିକିତ୍ସା ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ହନୁମାନ ନଗରର ବାସିନ୍ଦା ବଣ୍ଟି । ତା ବିରୋଧରେ ଝାରସୁଗୁଡ଼ା, ବ୍ରଜରାଜନଗର ଓ ଓରିଏଣ୍ଟ ଥାନାରେ ହତ୍ୟା ଉଦ୍ୟମ, ଡକାୟତି ଯୋଜନା, ସଙ୍ଗଠିତ ଅପରାଧ ଏବଂ ବେଆଇନ ବନ୍ଧୁକ କାରବାର ଭଳି ୧୭ଟି ସଙ୍ଗୀନ ମାମଲା ରହିଛି । ଘଟଣାସ୍ଥଳରୁ ବେଆଇନ ମାରଣାସ୍ତ୍ର ଜବତ କରାଯାଇଛି । ଏନକାଉଣ୍ଟର ପରେ ପୋଲିସ ପକ୍ଷରୁ କଡ଼ା ପାଟ୍ରୋଲିଂ ଜାରି ରହିଛି ।….

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)