ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ଅତିଥି

Sep 12, 2026 - 13:44
ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ଅତିଥି

ନନ୍ଦିଘୋଷ ବ୍ୟୁରୋ :ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଆସିଲେ ନୂଆ ଅତିଥି। ଗୁଜୁରାଟର ବନତାରାରୁ ନନ୍ଦନକାନନକୁ ଆସିଛନ୍ତି ୪୦ରୁ ଅଧିକ ଜୀବଜନ୍ତୁ। ଏହି ନୂଆ ଅତିଥିଙ୍କ ମଧ୍ୟରେ ରହିଛନ୍ତି ଜେବ୍ରା, ୱାଲାବି, କଙ୍ଗାରୁ ଏବଂ କସୁଆରି ଭଳି ବିରଳ ଓ ଆକର୍ଷଣୀୟ ପ୍ରାଣୀ। କେବଳ ଜୀବଜନ୍ତୁ ନୁହନ୍ତି, ବନତାରାରୁ ଆସିଛନ୍ତି ବିଭିନ୍ନ ପ୍ରଜାତିର ପକ୍ଷୀ ମଧ୍ୟ। ଏହି ନୂଆ ଅତିଥିଙ୍କ ମଧ୍ୟରେ ରହିଛି ରେନବୋ ଲରି ଭଳି ରଙ୍ଗବେରଙ୍ଗ ଓ ଆକର୍ଷଣୀୟ ପକ୍ଷୀ। ଏମାନଙ୍କ ଆଗମନ ପରେ ନନ୍ଦନକାନନରେ ଆହୁରି ବଢ଼ିବ ବନ୍ୟଜନ୍ତୁଙ୍କ ବିବିଧତା। ଏହି ନୂଆ ଅତିଥି ପ୍ରାଣୀ ଉଦ୍ୟାନକୁ ଆସିବା ପରେ ଏମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା ପରେ ସେମାନଙ୍କୁ  କ୍ୱାରେଟାଇନ୍ ରେ ଛଡାଯାଇଛି । ପ୍ରାୟ ଏକ ମାସ ଧରି ସେମାନଙ୍କୁ କ୍ୱାରେଣ୍ଟାଇନରେ ରଖାଯିବ। ଏହି ସମୟ ମଧ୍ୟରେ ପ୍ରାଣୀମାନଙ୍କ ସ୍ୱାସ୍ଥ୍ୟ ପରୀକ୍ଷା, ଖାଦ୍ୟ ଓ ଆଚରଣ ଉପରେ ନଜର ରଖାଯିବ। ନୂଆ ପରିବେଶ ସହ ସେମାନେ କିଭଳି ଖାପ ଖୁଆଉଛନ୍ତି, ତାହା ମଧ୍ୟ ନିରୀକ୍ଷଣ କରାଯିବ।

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ nandighosha-tv-ନନ୍ଦିଘୋଷ-ଟିଭି ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।

Odisha Press & Media

Odisha Press & Media

Learn Data Science & Analytics at IAIAC.IN

Learn in-demand data skills with hands-on projects and mentor support.

e.g. alex@company.com
Tell us about your goals (optional)