ନିଖୋଜ ଥିଲେ ବୃଦ୍ଧ ପୋଖରୀରୁ ମିଳିଲା ମୃତଦେହ
ଦିଗପହଣ୍ଡି,୨୦।୭,(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଏସ.ଗୋପାଳପୁର ଗ୍ରାମର ଭାସ୍କର ବରାଡ଼(୮୨) ଶନିବାର ସାରୁ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ରବିବାର ସକାଳେ ତାଙ୍କ ମୃତଦେହ ଗାଁ ଶ୍ମଶାନ ନିକଟ ପୋଖରୀରୁ ଉଦ୍ଧାର କରାଯାଇଥିଲା। ଏନେଇ ପାଟପୁର ଥାନାରେ ଏତଲା ହେବାପରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରା ଏକ ଅପମୃତ୍ୟୁ ମାମଲା ନଂ.୧୩/୨୬ ଅନୁଯାୟୀ ମକଦ୍ଦମା ରୁଜୁ କରିଥିଲେ। ଥାନା ଏଏସଆଇ ସୋଲେମାନ ଭୁଁୟା ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲେ। ସେଠାରେ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ମୃତଦେହ ହସ୍ତାନ୍ତର କରାଯାଇଥିଲା। ମଧ୍ୟାହ୍ନରେ ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି।
Dharitri – Odisha’s No.1, Most Trusted Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।