06 AUGUST 2026

Welcome!

Unlock your personalized experience.
Sign Up

ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ବିଜେପି ନେତାଙ୍କୁ ଛୁରୀ ଭୁସି ହତ୍ୟା

Aug 05, 2026 - 23:32
ପଞ୍ଚାୟତ କାର୍ଯ୍ୟାଳୟ ଆଗରେ ବିଜେପି ନେତାଙ୍କୁ ଛୁରୀ ଭୁସି ହତ୍ୟା

କଳାହାଣ୍ଡି, ୫।୮ : କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁର ଅଞ୍ଚଳରେ ଘଟିଛି ଚାଞ୍ଚଲ୍ୟକର ଘଟଣା। ବିଜେପି ନେତାଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି। ମୃତକ ଜଣକ ହେଲେ ଫକୀର ରଣା। ଡମକରଳା ଖୁଣ୍ଟା ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଘଟିଛି ଘଟଣା। ଫକୀର ହେଉଛନ୍ତି ଡମକରଲା ଖୁଣ୍ଟା ପଞ୍ଚାୟତର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ।

ବରିଷ୍ଠ ବିଜେପି ନେତା ଫକୀର ରଣାଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଛୁରୀରେ ଦୁର୍ବୃତ୍ତ ଆକ୍ରମଣ କରିଥିଲେ। ଗୁରୁତର ଅବସ୍ଥାରେ ଫକୀରଙ୍କୁ ସ୍ଥାନୀୟ ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହତ୍ୟା କରିବା ପରେ ଦୁର୍ବୃତ୍ତ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଖବର ପାଇ ମଦନପୁର- ରାମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ହତ୍ୟାକାଣ୍ଡର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ ।

ଆହୁରି ପଢନ୍ତୁ : ୨୬ ହଜାର ଟଙ୍କା ନେଉଥିଲେ ଲାଞ୍ଚ, ଭିଜିଲାନ୍ସ ହାତରେ ଧରାପଡିଲେ ରାଉରକେଲା ଆରଟିଓର ୨ କର୍ମଚାରୀ

 

ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ PRAMEYA - ପ୍ରମେୟ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।