ପଞ୍ଚାୟତ ନିର୍ବାଚନକୁ ନେଇ ଆସିଲା ବଡ଼ ଅପଡେଟ୍: ଏହି ମାସରେ ହେବା ନେଇ ସୂଚନା
ଭୁବନେଶ୍ୱର,୧୦।୭: ଓଡ଼ିଶା ପଞ୍ଚାୟତ ନିର୍ବାଚନକୁ ନେଇ ଆସିଛି ଏକ ବଡ଼ ଅପଡେଟ୍। ଏଥର ରାଜ୍ୟରେ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟାରେ ନିର୍ବାଚନ ଏପ୍ରିଲ କିମ୍ବା ମେ’ ମାସ ଆଡ଼କୁ ଅନୁଷ୍ଠିତ ହେବା ନେଇ ସୂଚନା ମିଳିଛି। ରାଜ୍ୟ ନିର୍ବାଚନ କମିଶନରଙ୍କ ସଚିବ ସନ୍ତୋଷ କୁମାର ଦାଶ ଏହି ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।
ସଚିବଙ୍କ ସୂଚନା ଅନୁଯାୟୀ, ଆସନ୍ତା ବର୍ଷ ମାର୍ଚ୍ଚ ପ୍ରଥମ ସପ୍ତାହ ପର୍ଯ୍ୟନ୍ତ ଏସଆଇଆର (SIR) କାର୍ଯ୍ୟ ଜାରି ରହିବ। ଏହି କାର୍ଯ୍ୟ ଶେଷ ହେବା ପରେ ଏବଂ ବର୍ଷା ଋତୁ ଆରମ୍ଭ ହେବା ପୂର୍ବରୁ ହିଁ ନିର୍ବାଚନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ବଡ଼ ନିର୍ବାଚନ ପାଇଁ ପ୍ରସ୍ତୁତି ସ୍ବରୂପ ଆରଡିସି (RDC) ଏବଂ ସମସ୍ତ ଜିଲାପାଳମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୧ ତାରିଖରେ ଏକ ରୁଟିନ ବୈଠକ ମଧ୍ୟ ବସିବ।
Odisha’s No.1 Odia Daily
ସ୍ପଷ୍ଟୀକରଣ: ଏହି ବିଷୟବସ୍ତୁଟି ସୂଚନାମୂଳକ ଉଦ୍ଦେଶ୍ୟରେ DHARITRI - ଧରିତ୍ରୀ ରୁ ସ୍ୱୟଂଚାଳିତ ଭାବରେ ସଂଗ୍ରହ କରାଯାଇଛି। ମୂଳ ଲେଖାଟି ପଢ଼ିବା ପାଇଁ, ଦୟାକରି ଏଠାରେ ଦେଖନ୍ତୁ।